ବହୁତ ଶୀଘ୍ର ଜମ୍ମୁ କଶ୍ମୀରରେ ନିର୍ବାଚନ ହେବାକୁ ଯାଉଛି। ଏହାରି ଭିତରେ ଶୁଣିବାକୁ ମିଳୁଛି ଯେ, ଆତଙ୍କବାଦୀ ଜମ୍ମୁର ପୋଲିସ ଷ୍ଟେଶନ, କିଛି ସୁରକ୍ଷା ସ୍ଥଳୀ ଉପରେ ଆକ୍ରମଣ କରିବାକୁ ଯାଉଛନ୍ତି। ସିକ୍ରେଟ ଇନପୁଟଙ୍କୁ ଏନେଇ ଖବର ମିଳିବା ପରେ ସୁରକ୍ଷା ଏଜେନ୍ସିମାନେ ଆଲର୍ଟ ହୋଇଯାଇଛନ୍ତି।ତେବେ ଆକ୍ରମଣକୁ ଦୃଷ୍ଟିରେ ରଖି ରାଜୋରି, ପୁଛ, କଠୁଆ ଓ ଡୋଡୋରେ ସୁରକ୍ଷା ବଳ ବଢାଇ ଦିଆଯାଇଛି। ସମ୍ବେଦନଶୀଳ ସ୍ଥାନ ଉପରେ କଡା ନଜର ରଖାଯାଇଛି। ଏଜେନ୍ସିଙ୍କୁ ସୂଚନା ମିଳିଛି କି, ଲମ୍ବା ସମୟ ପରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ଏହାକୁ ପ୍ରଭାବିତ କରିବା ପାଇଁ ଆତଙ୍କବାଦୀମାନେ ଆକ୍ରମଣ କରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛନ୍ତି। କହିରଖୁଛୁ କି, ଚଳିତ ବର୍ଷ ସୁରକ୍ଷା ବଳ ଜମ୍ମୁ କଶ୍ମୀରରେ ୩୩ ଆତଙ୍କବାଦୀଙ୍କୁ ନିହତ କରିଥିଲେ।
Trending
- ଦିଲ୍ଲୀର ଜନ୍ତରମନ୍ତରରେ CJP Protest: ଦିଲ୍ଲୀର ୧୬ଟି ମେଟ୍ରୋ ଷ୍ଟେସନ ବନ୍ଦ କଲା DMRC
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
Next Post