ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ହମଲା

ଜମ୍ମୁ କାଶ୍ମୀରରେ ସର୍ଚ୍ଚ ଅପରେସନ ବେଳେ ବଡ଼ ଅଘଟଣ । ୪୮ ରାଷ୍ଟ୍ରୀୟ ରାଇଫଲର ଜଣେ କ୍ୟାପଟେନ ସହିଦ୍ ହୋଇଥିବା ସୂଚନା ମିଳିଛି । ସେନା ପକ୍ଷରୁ ସର୍ଚ୍ଚ ଅପରେସନ ଚାଲିଥିବା ବେଳେ ଏହି ଅଘଟଣ ଘଟିଛି । ସୂଚନା ଅନୁସାରେ ଜମ୍ମୁ କାଶ୍ମୀରର ଡୋଡା ଜିଲ୍ଲାର ଅସାର ଅଞ୍ଚଳର ଘଞ୍ଚ ଜଙ୍ଗଲ ଭିତରେ ଏକ ମିଳିତ ସର୍ଚ୍ଚ ଅପରେସନ ଚାଲିଥିଲା ।ଅଞ୍ଚଳରେ ୪ଜଣ ଆତଙ୍କବାଦୀ ଲୁଚିଥିବା ଖବର ପାଇ ମିଳିତ ଭାବେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଏଇ ସମୟରେ ଆତଙ୍କବାଦୀମାନେ ଗୁଳି ଚଳାଇବାରୁ ସେନା ଯବାନମାନେ ପାଲଟା ଗୁଳି ଚାଳନା କରିଥିଲେ । ଏନକାଉଣ୍ଟର ସମୟରେ ଜଣେ ସାଧାରଣ ନାଗରିକ ମଧ୍ୟ ଆହତ ହୋଇଥିବା ସୂଚନା ମିଳିଛି ।