ଟ୍ରାକରୁ ଖସିଲା ଟ୍ରେନ୍। ଉତ୍ତରପ୍ରଦେଶରେ ସାବରମତୀ ଏକ୍ସପ୍ରେସ୍ ଟ୍ରାକରୁ ଖସି ଯାଇଛି । କାନପୁର-ଭିମସେନ୍ ଷ୍ଟେସନ୍ ମଝିରେ ଘଟିଛି ଏହି ଅଘଟଣ। ଏକ୍ସପ୍ରେସର ଗୋଟିଏ ବଗି ଲାଇନଚ୍ୟୁତ୍ ହୋଇଛି। ସୌଭାଗ୍ୟବଶତଃ ଏଥିରେ କାହାରି କୌଣସି କ୍ଷୟକ୍ଷତି ହୋଇନି। ସମସ୍ତ ଯାତ୍ରୀ ଓ ଟ୍ରେନ୍ କର୍ମଚାରୀ ସୁରକ୍ଷିତ ରହିଛନ୍ତି। ଘଟଣାସ୍ଥଳରେ ବରିଷ୍ଠ ରେଲୱେ ଅଧିକାରୀ ପହଞ୍ଚି ରେସ୍କ୍ୟୁ ଓ ଯାଞ୍ଚକୁ ତ୍ବରାନୀତ କରିଛନ୍ତି। ଟ୍ରେନଟି ବାରାଣସୀରୁ ଅହମ୍ମଦାବାଦକୁ ଯାଉଥିଲା। ଦୁର୍ଘଟଣା ପରେ ଯାତ୍ରୀଙ୍କୁ ବସ୍ ଯୋଗେ ନିଜ ଗନ୍ତବ୍ୟ ସ୍ଥଳକୁ ପଠାଯାଉଛି।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post