ବାଂଲାଦେଶରେ ହିନ୍ଦୁ ଓ ଅନ୍ୟ ସଂଖ୍ୟାଲଘୁ ସଂପ୍ରଦାୟ ଉପରେ ଆକ୍ରମଣ ଜାରି ରହିଛି। ହିନ୍ଦୁଙ୍କ ଉପରେ ବହୁଳ ଭାବେ ଆକ୍ରମଣ ହେଉଥିବାରୁ ଏହାର ପ୍ରତିବାଦରେ ଜାତିସଂଘ ମୁଖ୍ୟାଳୟ ବାହାରେ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ ହୋଇଛି। ୱାସିଂଟନର ଏକ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ହିନ୍ଦୁଆକ୍ସନ’ କହିଛି ଯେ ସବୁ ବର୍ଗର ଲୋକ ସ୍ବତଃସ୍ଫୁର୍ତ୍ତ ଭାବେ ଏହି ବିକ୍ଷୋଭ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ ଏବଂ ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁମାନଙ୍କୁ ତତ୍କାଳ ସୁରକ୍ଷା ଉପଲବ୍ଧ କରାଇବାକୁ ଜାତିସଂଘ ଓ ଆମେରିକାର ହସ୍ତକ୍ଷେପ ଦାବି କରିଥିଲେ। ନ୍ୟୁୟର୍କର ଅନ୍ୟ କେତେକ ସ୍ଥାନରେ ମଧ୍ୟ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ବୋଲି ‘ହିନ୍ଦୁଆକ୍ସନ’ ପକ୍ଷରୁ କୁହାଯାଇଛି। ବାଂଲାଦେଶରେ ହିନ୍ଦୁମାନଙ୍କୁ ଟାର୍ଗେଟ କରି ଯେଉଁଭଳି ହିଂସା ଚାଲିଛି ତାହା ମାନବତା ବିରୋଧରେ ବହୁତ ବଡ଼ ଅପରାଧ ଏବଂ ଏହାକୁ ସଭ୍ୟ ସମାଜ ବରଦାସ୍ତ କରିବ ନାହିଁ ବୋଲି ବିକ୍ଷୋଭକାରୀମାନେ ଗଣମାଧ୍ୟମକୁ କହିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post