ଆଜି ସକାଳେ ଅରୁଣାଚଳ ପ୍ରଦେଶରେ ଲଗାତାର ଭୂକମ୍ପ ଅନୁଭୂତ ହୋଇଛି। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି କହିଛି ଯେ ଗୁରୁବାର ଦିନ ଅରୁଣାଚଳ ପ୍ରଦେଶରେ ଭିନ୍ନ ଭିନ୍ନ ସମୟରେ ଭୂକମ୍ପ ଅନୁଭୂତ ହୋଇଛି, ଯେଉଁଥିପାଇଁ ଲୋକମାନେ ଭୟଭୀତ ହୋଇଥିଲେ। ବର୍ତ୍ତମାନ ସୁଦ୍ଧା ଏହି ଦୁଇଟି ଭୂକମ୍ପରେ କୌଣସି କ୍ଷୟକ୍ଷତିର ଘଟିନାହିଁ। ଆଜି ଦିନ ରାତି ୧:୪୯ ରେ ପ୍ରଥମ ଭୂକମ୍ପ ଘଟିଥିଲା, ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୩.୭ ଥିଲା। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ଅରୁଣାଚଳ ପ୍ରଦେଶର ପଶ୍ଚିମ କାମେଙ୍ଗରେ ଥିଲା ଯାହାର ଗଭୀରତା ପ୍ରାୟ ୧୦ କିଲୋମିଟର ରହିଛି। ଏଥି ସହ ମାତ୍ର ଦୁଇ ଘଣ୍ଟା ପରେ ଦ୍ୱିତୀୟ ଭୂକମ୍ପ ଘଟିଛି। ଭୋର ୩.୪୦ ସମୟରେ ଅରୁଣାଚଳ ପ୍ରଦେଶରେ ଦ୍ୱିତୀୟ ଭୂକମ୍ପ ଅନୁଭୂତ ହୋଇଛି।ଦ୍ୱିତୀୟ ଭୂକମ୍ପର କେନ୍ଦ୍ରସ୍ଥଳ ଥିଲା ଅରୁଣାଚଳ ପ୍ରଦେଶର ପୂର୍ବ କାମେଙ୍ଗ ଏବଂ ଏହି ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୩.୪ ମାପ କରାଯାଇଛି। ଏହି ଭୂକମ୍ପର ଗଭୀରତା ୫ କିଲୋମିଟର ଥିଲା। ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ସୋସିଆଲ ମିଡିଆ ପ୍ଲାଟଫର୍ମ X ରେ ଏହି ସୂଚନା ଦେଇଛି।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
Prev Post
Next Post