ନିର୍ବାଚନ କମିଶନରଙ୍କ ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ
ମୁଖ୍ୟ ନିର୍ବାଚନ କମିଶନର ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟ ଏକ ବଡ଼ ରାୟ ଶୁଣାଇଛନ୍ତି। ପ୍ରଧାନମନ୍ତ୍ରୀ, ବିରୋଧୀଦଳ ନେତା ଓ ପ୍ରଧାନବିଚାରପତିଙ୍କୁ ନେଇ ଗଠିତ କମିଟି ମୁଖ୍ୟ ନିର୍ବାଚନ କମିଶନର ଓ ନିର୍ବାଚନ କମିଶନରଙ୍କୁ ଚୟନ କରିବେ। ଏମାନଙ୍କ ସୁପାରିଶକ୍ରମେ ସିଇସି ଓ ଇସିଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେବେ ବୋଲି ସୁପ୍ରିମକୋର୍ଟ ରାୟ ଶୁଣାଇଛନ୍ତି। ମୁଖ୍ୟ ନିର୍ବାଚନ କମିଶନର୍ ଏବଂ ନିର୍ବାଚନ କମିଶନରଙ୍କ ନିଯୁକ୍ତି ପାଇଁ କଲେଜିୟମ୍ ଭଳି ବ୍ୟବସ୍ଥା କରିବା ଦାବିରେ କରାଯାଇଥିବା ଆବେଦନ ଉପରେ ଶୁଣାଣି କରି ଗୁରୁବାର ସୁପ୍ରିମକୋର୍ଟ ଏହି ରାୟ ଦେଇଛନ୍ତି।