ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ଅରୁଣ ଗୋଏଲ
ନୂଆଦିଲ୍ଲୀ: ନୂତନ ନିର୍ବାଚନ କମିଶନର ଭାବେ ଦାୟିତ୍ବ ଗ୍ରହଣ କଲେ ପଞ୍ଜାବ କ୍ୟାଡରର ପୂର୍ବତନ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅରୁଣ ଗୋଏଲଙ୍କୁ ନିର୍ବାଚନ କମିଶନର ଭାବେ ନିଯୁକ୍ତ କରିଛନ୍ତି । ୧୯୮୫ ବ୍ୟାଚ ଆଇଏଏସ୍ ଅଧିକାରୀ ଅରୁଣ ଗୋଏଲ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓ ଅନୁପ ଚନ୍ଦ୍ର ପାଣ୍ଡେଙ୍କ ସହ ନିର୍ବାଚନ ପ୍ୟାନେଲରେ ସାମିଲ ହେବେ ।