ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନାରେ ବର୍ଷା ପ୍ରକୋପ ଅବ୍ୟାହତ ହୋଇଛି। ଦୁଇ ରାଜ୍ୟରେ ବର୍ଷାଜନିତ ଘଟଣାରେ ମୋଟ ୨୮ ଜଣ ପ୍ରାଣ ହରାଇଛନ୍ତି। ଏଥିମଧ୍ୟରୁ ଆନ୍ଧ୍ରରେ ୧୨ ଏବଂ ତେଲଙ୍ଗାନାରେ ୧୬ ଜଣଙ୍କର ମୃତ୍ୟୁ ଘଟିଛି। ଭାରତୀୟ ପାଣିପାଗ କାର୍ଯ୍ୟାଳୟ (ଆଇଏମଡି) ପକ୍ଷରୁ ତେଲଙ୍ଗାନାର ଆଦିଲାବାଦ, ନିଜାମାବାଦ, ରାଜାନ୍ନା ସିର୍ସିଲିଆ, ୟାଡାରି ଭୁବନଗିରି, ଭିକାରାବାଦ, ସାଙ୍ଗାରେଡ୍ଡି, କାମାରେଡ୍ଡି ଓ ମେହବୁବନଗର ଜିଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ବନ୍ୟା ପରିସ୍ଥିତି ନେଇ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡିଙ୍କ ସହ ଆଲୋଚନା କରିଛନ୍ତି। କେନ୍ଦ୍ର ସରକାରଙ୍କ ପକ୍ଷରୁ ଦୁଇ ରାଜ୍ୟକୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି। ଆନ୍ଧ୍ରପ୍ରଦେଶର ବିଜୟୱାଡା ଏବଂ ଗୁଣ୍ଟୁର ଜିଲା ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡିଛି। ତେଲଙ୍ଗାନା ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରାଯାଇଛି। ପ୍ରାଥମିକ ଆକଳନ ଅନୁଯାୟୀ ତେଲଙ୍ଗାନାରେ ୫୦୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା କୁହାଯାଇଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦୦ କୋଟି ଟଙ୍କାର ସହାୟତା ଯୋଗାଇଦେବାକୁ କେନ୍ଦ୍ର ନିକଟରେ ଦାବି ଉପସ୍ଥାପନ କରାଯାଇଛି। ପୁନଶ୍ଚ ତେଲଙ୍ଗାନା ବନ୍ୟାକୁ ଜାତୀୟ ବିପତ୍ତି ଭାବେ କେନ୍ଦ୍ର ସରକାର ଘୋଷଣା କରନ୍ତୁ ବୋଲି ମଧ୍ୟ ଦାବି କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ଏହି ଦୁଇ ରାଜ୍ୟର ଅଧିକାଂଶ ନଦୀର ଜଳସ୍ତର ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି।
Trending
- ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି
- ରାହୁଲ ଦେଶରେ ନିଆଁ ଲଗାଇବାକୁ ଚାହୁଁଛନ୍ତି : ବିଜେପି
- ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
Prev Post
Next Post