ଲୋକସଭା ନିର୍ବାଚନ ୨୦୨୪ପାଇଁ ସେମାନଙ୍କ ପ୍ରାର୍ଥୀ ଏବଂ ତାରକା ପ୍ରଚାରକଙ୍କ ତାଲିକା କ୍ରମାଗତ ଭାବରେ ପ୍ରକାଶ କରୁଛନ୍ତି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ଶିବସେନା ପକ୍ଷରୁ ୪୦ ଜଣ ତାରକା ପ୍ରଚାରକଙ୍କ ତାଲିକା ମଧ୍ୟ ପ୍ରକାଶ କରାଯାଇଛି।ଶିବସେନାର ଏହି ତାଲିକାରେ କିଛି ନାମ ଅଛି, ଯେଉଁମାନେ ଆଜି ପର୍ଯ୍ୟନ୍ତ ଶିବସେନା ପାଇଁ ପ୍ରଚାର କରିନାହାନ୍ତି। ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ ନାମ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ଅନ୍ତର୍ଭୁକ୍ତ କରିଛି। ଏଥି ସହିତ ମହାରାଷ୍ଟ୍ରର ଡେପୁଟି ସିଏମ୍ ଦେବେନ୍ଦ୍ର ଫଡନାଭିସ୍ ଏବଂ ଅଜିତ ପାୱାରଙ୍କ ନାମ ମଧ୍ୟ ଏହି ତାଲିକାରେ ସ୍ଥାନ ପାଇଛି। ୨୦୨୨ମସିହାରେ ଶିବସେନା ଦଳ ଦୁଇଟି ଦଳରେ ବିଭକ୍ତ ହୋଇଥିଲେ। ଗୋଟିଏ ଗୋଷ୍ଠୀ ଏକନାଥ ସିନ୍ଦେଙ୍କ ଦ୍ୱାରା ପରିଚାଳିତ ହେଉଥିବାବେଳେ ଅନ୍ୟ ଗୋଷ୍ଠୀର ନେତୃତ୍ବ ଉଦ୍ଧବ ଠାକରେ ନେଉଛନ୍ତି। ସୂଚନାଯୋଗ୍ୟ ଯେ ସୁପ୍ରିମକୋର୍ଟ ଏକନାଥ ସିନ୍ଦେ ଦଳକୁ ପ୍ରକୃତ ଶିବସେନା ଦଳ ବୋଲି ଘୋଷଣା କରିଛନ୍ତି।ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ପରେ ଶିବସେନା ନାମ ଏବଂ ଦଳର ନିର୍ବାଚନର ଚିହ୍ନ ‘ଧନୁ ଓ ତୀର’ ଏକନାଥ ସିନ୍ଦେ ଦଳକୁ ମିଳିଥିଲା। ଯେତେବେଳେ ଶିବସେନା ଉଦ୍ଧବ ଦଳ)କୁ ଟର୍ଚ୍ଚ ଚିହ୍ନ ଦିଆଯାଇଥିଲା |
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post