ବିଶ୍ୱକପ୍ ପାଇଁ ରବିବାର ମହାମୁକାବିଲା। ଏହି ସମୟରେ ପ୍ରଦର୍ଶିତ ହେବ ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏୟାର ଶୋ’। ରବିବାର ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ଏୟାର ଶୋ’ କରିବେ।ଅହମ୍ମଦାବାଦସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମ୍ରେ ଫାଇନାଲ ମ୍ୟାଚ୍ ଖେଳାଯିବା ପୂର୍ବରୁ ମୋଟେରାରେ ଏହି ଦଳ ୧୦ ମିନିଟ୍ ଧରି ଏୟାର ଶୋ’ ପ୍ରଦର୍ଶନ କରି ଦର୍ଶକଙ୍କ ମନୋରଞ୍ଜନ କରିବେ। ଏଥିପାଇଁ ଆଜି ଏବଂ ଆସନ୍ତାକାଲି ଦୁଇ ଦିନ ଅଭ୍ୟାସ କରାଯିବ। ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ୯ଟି ଏୟାରକ୍ରାଫ୍ଟ ସହ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରିଛନ୍ତି।ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ନଭେମ୍ବର ୧୯ରେ କ୍ରିକେଟ୍ ବିଶ୍ୱକପ୍ ୨୦୨୩ର ଫାଇନାଲ୍ ମ୍ୟାଚ୍ ଖେଳାଯିବ। ଭାରତ ସେମିଫାଇନାଲ୍ରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଫାଇନାଲ୍ରେ ପ୍ରବେଶ କରିଛି। ସେପଟେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ୍ରେ ଦକ୍ଷିଣ ଆଫ୍ରିକା ଟିମ୍କୁ ପରାସ୍ତ କରି ଅଷ୍ଟ୍ରେଲିଆ ଫାଇନାଲ୍ରେ ପହଞ୍ଚିଛି।ମିଡିଆ ରିପୋର୍ଟ ମୁତାବକ, ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଷ୍ଟାଡିୟମ୍ରେ ଉପସ୍ଥିତ ରହି ଭାରତୀୟ ଟିମ୍ର ମନୋବଳ ବଢ଼ାଇବେ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post