ପ୍ରଧାନମନ୍ତ୍ରୀ ରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ବିକଶିତ ଛତିଶଗଡ଼’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ସଡ଼କ, ରେଳବାଇ, କୋଇଲା, ଶକ୍ତି ଏବଂ ସୌର ଶକ୍ତି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତଭୁକ୍ତ । ପ୍ରଧାନମନ୍ତ୍ରୀ ଏନ୍ଟିପିସିର ଲାରା ସୁପର ଥର୍ମାଲ ପାୱାର ପ୍ରକଳ୍ପ, ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ଏବଂ ଛତିଶଗଡ଼ର ରାୟଗଡ଼ା ଜିଲ୍ଲାରେ ଏନଟିପିସିର ଲାରା ସୁପର ଥର୍ମାଲ ପାୱାର ପ୍ରକଳ୍ପର ଶିଳାନ୍ୟାସ କରିବେ । ଷ୍ଟେସନର ପ୍ରଥମ ପର୍ଯ୍ୟାୟ ପ୍ରାୟ ୧୫,୮୦୦ କୋଟି ଟଙ୍କା ବିନିଯୋଗରେ ନିର୍ମିତ ହୋଇଥିବା ବେଳେ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟଟି ପ୍ରଥମ ପର୍ଯ୍ୟାୟ ପରିସରର ଉପଲବ୍ଧ ଜମିରେ ନିର୍ମାଣ ହେବ, ଯାହା ଫଳରେ ସମ୍ପ୍ରସାରଣ ପାଇଁ କୌଣସି ଅତିରିକ୍ତ ଜମିର ଆବଶ୍ୟକତା ପଡିବ ନାହିଁ ଏବଂ ଏଥିପାଇଁ ୧୫,୫୩୦ କୋଟି ଟଙ୍କା ବିନିଯୋଗ ହେବ । ଏହାସହ ଏହି ଅଞ୍ଚଳରେ ନବୀକରଣୀୟ ଶକ୍ତି ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରଧାନମନ୍ତ୍ରୀ ରାଜନାନ୍ଦଗାଓଁ ଠାରେ ପ୍ରାୟ ୯୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୌର ପିଭି ପ୍ରକଳ୍ପର ଉଦଘାଟନ କରିବେ । ଏହି ପ୍ରକଳ୍ପ ବାର୍ଷିକ ଆନୁମାନିକ ୨୪୩.୫୩ ନିୟୁତ ୟୁନିଟ୍ ବିଦ୍ୟୁତ୍ ଉତ୍ପାଦନ କରିବେ। ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଳାସପୁର – ଉସଲାପୁର ଫ୍ଲାଏଓଭରକୁ ଲୋକାର୍ପିତ କରିବେ । ଏହା ଦ୍ୱାରା ବିଳାସପୁରରେ ପ୍ରବଳ ଟ୍ରାଫିକ୍ ସମସ୍ୟା କମିବ ଏବଂ କଟନୀ ଆଡ଼କୁ ଯାଉଥିବା କୋଇଲା ଟ୍ରାଫିକ୍ କମ୍ ହେବ । ପ୍ରଧାନମନ୍ତ୍ରୀ ଭିଲାଇରେ ୫୦ ମେଗାୱାଟ ସୌର ଶକ୍ତି ପ୍ଲାଣ୍ଟକୁ ଲୋକାର୍ପଣ କରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post