ନିର୍ବାଚନ ପାଇଁ ଆଜି ସଂକଳ୍ପ ପତ୍ର ଜାରି କଲା ଭାଜପା। ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ମୋଦିଙ୍କ ସହ ଭାଜପା ସଭାପତି ଜେପି ନଡ୍ଡା ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉପସ୍ଥିତ ଅଛନ୍ତି।ସଂକଳ୍ପ ପତ୍ର ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀ ମୋଦି ସମ୍ବୋଧନ କରି କହିଛନ୍ତି, ଆଜିର ଦିନ ଅତ୍ୟନ୍ତ ଶୁଭ, ଅନେକ ରାଜ୍ୟରେ ନବବର୍ଷ ପାଳନ ହେଉଛି। ଓଡ଼ିଶାରେ ପଣା ସଂକ୍ରାନ୍ତି ପାଳନ ହେଉଛି। ଏଭଳି ଶୁଭ ଦିନରେ ଭାଜପା ନିଜର ସଂକଳ୍ପ ପତ୍ର ଜାରି କରିଛି। ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ସଂକଳ୍ପ ପୂରଣ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ। ବହୁତ ଶୀଘ୍ର ଭାରତ ଅଲିମ୍ପିକ୍ସ ଆୟୋଜନ କରିବ ବୋଲି ମୋଦି ପହିଛନ୍ତି।ତେବେ ସଂକଳ୍ପ ପତ୍ରରେ ଡିଗ୍ନିଟି ଅଫ ଲାଇଫ ଓ କ୍ବାଲିଟି ଅଫ ଲାଇଫକୁ ଫୋକସ କରିଛି।ଆସନ୍ତା ୫ ବର୍ଷ ଯାଏଁ ମାଗଣା ରାସନ ଜାରି ରହିବ ବୋଲି କୁହାଯାଇଛି। ଦେଶରେ ଜନ ଔଷଧି କେନ୍ଦ୍ରର ବିସ୍ତାର ହେବ। ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସ୍କଙ୍କୁ ଆୟୁଷ୍ମାନ ଯୋଜନାରେ ସାମିଲ କରାଯିବ। ପାଇପ ଯୋଗେ ଘରେ ଘରେ ଶସ୍ତାରେ ଗ୍ୟାସ ପହଞ୍ଚିବ। ମୁଦ୍ରା ଯୋଜନାରେ ୨୦ ଲକ୍ଷ ପର୍ଯ୍ୟନ୍ତ ଋଣ ବୃଦ୍ଧି କରାଯିବ। ଗରିବଙ୍କ ପାଇଁ ଆହୁରି ୩ କୋଟି ଆବାସ ନିର୍ମାଣ ହେବ। ୩ କୋଟି ଭଉଣୀଙ୍କୁ ଲକ୍ଷପତି ଦିଦି ଭାବେ ମାନ୍ୟତା ଦିଆଯିବ। ମହିଳା ଖେଳାଳିଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post