ଓଡ଼ିଶାରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟସ୍। ଆଜି ବିଲ ଗେଟସ୍ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ଯକ୍ରମରେ ଯୋଗଦେବେ। ମାଆ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତା ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି ଦେଖିବେ। ଏହାସହ ଯୋଜନାରେ କିଭଳି ଲୋକଙ୍କୁ ଥଇଥାନ କରାଯାଇଛି ସେନେଇ ଅନୁଧ୍ଯାନ କରିବେ ବିଲ ଗେଟସ୍। କିଟ୍ ଆଉ କିସର ପ୍ରତିଷ୍ଠାତା ଅଚ୍ଯୁତ ସାମନ୍ତଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛ ।ଏହାପରେ କୃଷି ଭବନ ପରିଦର୍ଶନ କରିବା ସହ କୃଷି ସମୀକ୍ଷା କେନ୍ଦ୍ର ଯାଇ ଅନୁଧ୍ୟାନ କରିବେ। ବିଲ୍ ଆଣ୍ଡ ମେଲିନ୍ଦା ଗେଟସ୍ ଫାଉଣ୍ଡେସନର ବୈଷୟିକ ସହଯୋଗରେ ଚାଲିଛି କୃଷି ସମୀକ୍ଷା କେନ୍ଦ୍ର। କୃଷିର ଇଣ୍ଟିଗ୍ରେଟେଡ୍ କମାଣ୍ଡ ସିଷ୍ଟମ ଭାବେ କୃଷି ସମୀକ୍ଷା କେନ୍ଦ୍ର କାମ କରୁଛି। କୃଷି ସମୀକ୍ଷା କେନ୍ଦ୍ର ଜରିଆରେ ଜମି ନଥିବା ଚାଷୀଙ୍କୁ ମଧ୍ୟ ପରାମର୍ଶ ଦିଆଯାଉଛି। ଏହାପରେ ବିଲ ଗେଟସ୍ ମିଶନ ଶକ୍ତି ବଜାର ମଧ୍ଯ ଯିବାର କାର୍ଯ୍ଯକ୍ରମ ରହିଛି। ପରେ ନବୀନ ନିବାସ ଯାଇ ମୁଖ୍ଯମନ୍ତ୍ରୀଙ୍କୁ ସାକ୍ଷାତ କରିବେ। ବିଲ ଗେଟସଙ୍କ ଓଡ଼ିଶା ଗସ୍ତ ଅନେକ ସମ୍ଭାବନା ନେଇଆସିଛି। ବିଶେଷକରି କୃଷି କ୍ଷେତ୍ରରେ ଏଆଇର ପ୍ରଚଳନ ଏବଂ ଜାଗାମିଶନ ଓ ମିଶନ ଶକ୍ତି କ୍ଷେତ୍ରରେ ନୂଆ ଆଶା ସୃଷ୍ଟି ହୋଇଛି।
Trending
- ବୀରତ୍ବ ଓ ତ୍ୟାଗର ଅନନ୍ୟ ପ୍ରମାଣ CISF -ଗୃହମନ୍ତ୍ରୀ ଅମିତ ଶାହ
- ରାଜ୍ୟସଭା ଲଢ଼େଇ: ଦିଲୀପଙ୍କ ‘୨୦୦୨’ ରଣନୀତିକୁ ନେଇ ଚର୍ଚ୍ଚା, ୪ର୍ଥ ଆସନ ପାଇଁ ପେଞ୍ଚ
- ଆଜି ସନ୍ଧ୍ୟାରେ ବିଜେପିର ହାଇଭୋଲଟେଜ୍ ବୈଠକ: ରୁଦ୍ଧଦ୍ୱାର ପ୍ରକୋଷ୍ଠରେ ରଣନୀତି ପ୍ରସ୍ତୁତ କରିବେ ଅମିତ ଶାହ
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ