ଆଜି କେରଳର ୱାୟନାଡ଼ରେ ବଡ଼ଧରଣର ଭୂସ୍ଖଳନ ହୋଇଛି। ବଡ଼ି ଭୋରରେ ମାତ୍ର ୪ ଘଣ୍ଟା ବ୍ୟବଧାନରେ ଘଟିଥିବା କ୍ରମାଗତ ତିନିଟି ଭୂସ୍ଖଳନରେ ୫ଟି ଗାଁ ସଂପୂର୍ଣ୍ଣ ଧୋଇ ହୋଇଯାଇଛି। ବର୍ତ୍ତମାନ ସୁଦ୍ଧା ମାଟି ଭିତରୁ ୧୨୨ ଜଣଙ୍କ ମୃତ ଦେହକୁ ଉଦ୍ଧାର କରାଯାଇଛି। ଉଦ୍ଧାର କାର୍ଯ୍ୟରେ ନୌସେନା, ସେନାବାହିନୀ, ଏନ୍ଡିଆର୍ଏଫ୍ ସାମିଲ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ବି ମାଟି ତଳେ ଶତାଧିକ ବ୍ୟକ୍ତି ରହିଥିବା ଆଶଙ୍କା କରାଯାଉଛି। କେରଳ ସରକାର ଏଥିପାଇଁ ଦୁଇ ଦିନିଆ ଶୋକ ଘୋଷଣା କରିଛନ୍ତି।
କେରଳରେ ଗତ ଦୁଇ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଆଜିର ଭୂସ୍ଖଳନରେ ୱାୟନାଡ଼ ଜିଲ୍ଲାର ମେପ୍ପାଡି, ମୁଣ୍ଡାକ୍କାଇ, ଅଟ୍ଟାଲାମାଲା, ନୁଲପୁଝା ଓ ଚୁରାଲମାଲା ଗାଁ ସର୍ବାଧିକ ପ୍ରଭାବିତ ହୋଇଛି। ପ୍ରଥମେ ଉପରମୁଣ୍ଡରେ ଥିବା ମେପ୍ପାଡି ଗାଁକୁ ଭୂସ୍ଖଳନ ସଂପୂର୍ଣ୍ଣ ଧୋଇ ଦେଇଥିଲା। ପରେ ଲକ୍ଷଲକ୍ଷ କ୍ବିଣ୍ଟାଲର ମାଟି, ପଥର, କାଦୁଅ ଆଦି ଅନ୍ୟଗାଁ ଉପରେ ମାଡ଼ିଯାଇଥିଲା। ବଡି ଭୋରରେ ଲୋକମାନେ ଗଭୀର ନିଦରେ ଶୋଇଥିବା ବେଳେ ଏହି ବିପର୍ଯ୍ୟୟ ଘଟିଥିଲା। ଏଣୁ ଅନେକଙ୍କ ଜୀବନ ଶୋଇଥିବା ଅବସ୍ଥାରେ ହିଁ ଚାଲିଯାଇଛି। ବର୍ତ୍ତମାନ ସୁଦ୍ଧା ୧୨୨ ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବା ବେଳେ ୧୨୮ ଆହତଙ୍କୁ ଉଦ୍ଧାର କରାଯାଇ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଅନେକ ମାଟି ତଳେ ଦବି ରହିଥିବା ଓ କେତେକ ନିକଟସ୍ଥ ଚେଲିୟାର୍ ନଦୀରେ ଭାସିଯାଇଥିବା ଆଶଙ୍କା କରାଯାଉଛି। ଉଦ୍ଧାର କାର୍ଯ୍ୟରେ ପ୍ରଥମେ ଏନ୍ଡିଆର୍ଏଫ୍ ଯୋଗ ଦେଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ଏଥିରେ ସେନାବାହିନୀ ଓ ପାରା ରେଜିମେଣ୍ଟ୍ ଯବାନ ଯୋଗ ଦେଇଛନ୍ତି। କନ୍ନୁରର ଏଝିମାଲା ନୌସେନା ଘାଟିରୁ ନୌସେନା ଯବାନ ମଧ୍ୟ ଉଦ୍ଧାର କାର୍ଯ୍ୟରେ ସହଯୋଗର ହାତ ବଢ଼ାଇଛନ୍ତି। ବଢ଼ନ୍ତା ନଦୀରେ ଲୋକଙ୍କୁ ଉଦ୍ଧାର କରିବା ନିମନ୍ତେ ନୌସେନାର ୩୦ ଜଣ ସ୍ବତନ୍ତ୍ର ସନ୍ତରଣକାରୀ ଯବାନ ନିୟୋଜିତ ହୋଇଛନ୍ତି। ମଧ୍ୟାହ୍ନ ୧୨ଟାରେ ବଢ଼ନ୍ତା ନଦୀରେ ଅସ୍ଥାୟୀ ପୋଲ ନିର୍ମାଣ କରି ଭାରତୀୟ ସେନାର ଯବାନ ମୁଣ୍ଡାକ୍କାଇରେ ପହଞ୍ଚିଥିବା ବେଳେ ଭୂସ୍ଖଳନର ପ୍ରାୟ ୧୫ଘଣ୍ଟା ପରେ ଚୁରାଲମାଲାରେ ପହଞ୍ଚିଥିଲେ। ଡ୍ରୋନ୍ ଦ୍ବାରା ଉତ୍ତୋଳିତ ଚିତ୍ରରେ ଭୂସ୍ଖଳନ ଭୟାନକ ରୂପ ସାମ୍ନାକୁ ଆସିଛି।
Trending
- ହୀରାକୁଦ ଜଳଭଣ୍ଡାରର ବୃଦ୍ଧି ପାଉଛି ଜଳସ୍ତର
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
Prev Post
Next Post