ମଧ୍ୟପ୍ରଦେଶ ସ୍ଥିତ ହରଦା ବାଣ କାରଖାନାରେ ବିସ୍ଫୋରଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଫ୍ୟାକ୍ଟ୍ରି ମାଲିକ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ୩ ଅଭିଯୁକ୍ତ ରାଜେଶ ଅଗ୍ରୱାଲ , ସୋମେଶ ଅଗ୍ରୱାଲ ଓ ରଫିକ ଖାନ୍ ବୋଲି ଜଣାପଡିଛି। ଅଭିଯୁକ୍ତ ରାଜେଶ ଅଗ୍ରୱାଲ କାରରେ ଦିଲ୍ଲୀ ଫେରାର ହେବାକୁ ଯୋଜନାରେ ଥିବାବେଳେ ପୁଲିସ ରାଜଗଢ ଜିଲ୍ଲାର ସାରଙ୍ଗପୁରରୁ ଗିରଫ କରିଛି। ତେବେ ପୁଲିସ ,ମାନଙ୍କ ବିରୋଧରେ ୩୦୪, ୩୦୮ ଓ ୩୪ ଆଇପିସି ଦଫା ଲଗାଇବା ସହ ଏମାନଙ୍କୁ ଜେରା କରୁଛି। ଏଥିରେ ୧୧ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୧୫୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେପଟେ ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post