ମନେ ପଡନ୍ତି ବାପୁ ଏବଂ ଶାସ୍ତ୍ରୀ
ଆଜି ହେଉଛି ଜାତିର ପିତା ମହାତ୍ମା ଗାନ୍ଧି ଏବଂ ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୂର୍ ଶାସ୍ତ୍ରୀଙ୍କ ଜୟନ୍ତୀ । ୧୮୬୯ ମସିହା, ଅକ୍ଟୋବର ୨ ଆଜିର ଦିନରେ ଜନ୍ମ ଗ୍ରହଣ କରିଥିଲେ ଅହିଂସାର ପୂଜାରୀ ମହାତ୍ମା ଗାନ୍ଧି । ଦେଶକୁ ଇଂରେଜ ଶାସନରୁ ମୁକ୍ତ କରିଥିବା ମହାନ ଯୁଗପୁରୁଷ ହେଉଛନ୍ତି ମହାତ୍ମା ଗାନ୍ଧି । ମହାତ୍ମା ଗାନ୍ଧି ନିଜର ଆଦର୍ଶ ଓ ଅହିଂସାର ବାର୍ତ୍ତା ପ୍ରଦାନ କରିଥିବା ପାଇଁ ବିଶ୍ୱରେ ଆଜି ତାଙ୍କୁ ଲୋକେ ମନେ ରଖିଛନ୍ତି। ଜାତିର ପିତା କେବଳ ଭାରତ ଇତିହାସରେ ନୁହେଁ ସମଗ୍ର ବିଶ୍ୱରେ ଜଣେ ମହାମାନବ ଭାବରେ ସୁପରିଚିତ । ଭାରତୀୟ ରାଜନୀତିରେ ମହାତ୍ମା ଗାନ୍ଧିଙ୍କ ପ୍ରବେଶ ଭାରତର ମୁକ୍ତି ସଂଗ୍ରାମକୁ ଏକ ନୂଆ ମୋଡ ଦେଇଥିଲା ।