ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) ସହ ସାରା ରାଜ୍ୟ ଏବେ ତାଙ୍କର ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ହେମନ୍ତଙ୍କ ସହ ତାଙ୍କର ସମସ୍ତ କ୍ୟାବିନେଟ ମନ୍ତ୍ରୀମାନେ ମଧ୍ୟ ଶପଥ ନେବେ। ତେବେ କୁହାଯାଉଛି ଯେ, ହେମନ୍ତଙ୍କ କ୍ୟାବିନେଟରେ କିଛି ନୂଆ ଚେହେରା ସାମିଲ ହୋଇପାରନ୍ତି।ବୁଧବାର ଚମ୍ପାଇ ସୋରେନ ସିଏମ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟପାଳ ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି ଏବଂ ତାଙ୍କୁ କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବାକୁ କହିଛନ୍ତି। ଏହାସହ ହେମନ୍ତ ସୋରେନ ସରକାର ଗଠନ ପାଇଁ ଦାବି କରିଛନ୍ତି। ସେ ଜୁଲାଇ ୭ରେ CM ଭାବରେ ଶପଥ ଗ୍ରହଣ କରିବେ। ଗତକାଲି ଜେଏମଏମ ନେତୃତ୍ୱାଧୀନ ମେଣ୍ଟର ନେତାମାନେ ସର୍ବସମ୍ମତି କ୍ରମେ ତାଙ୍କୁ ବିଧାନସଭା ଦଳର ନେତା ଭାବରେ ମନୋନୀତ କରିଛନ୍ତି।ଜୁଲାଇ ୭ରେ ଶପଥ ନେବା ପରେ ହେମନ୍ତ ଝାଡଖଣ୍ଡର ୧୩ତମ ମୁଖ୍ୟମନ୍ତ୍ରୀ ହେବେ। ୨୦୦୦ ମସିହା ନଭେମ୍ବର ୧୫ରେ ବିହାରରୁ ଅଲଗା ହୋଇ ଝାଡଖଣ୍ଡ ଗଠନ କରାଯାଇଥିଲା। ସେବେଠାରୁ ଏବେ ଯାଏଁ ୧୨ଜଣ ସିଏମ ହୋଇଛନ୍ତି। ତେବେ ହେମନ୍ତଙ୍କ ନୂଆ ସରକାରରେ ଝାଡଖଣ୍ଡରେ ୧୨ଜଣ ମନ୍ତ୍ରୀ ହୋଇଇପାରନ୍ତି। କିନ୍ତୁ ବର୍ତ୍ତମାନ ରାଜ୍ୟ କ୍ୟାବିନେଟରେ ୧୦ଜଣ ମନ୍ତ୍ରୀ ଅଛନ୍ତି।
Trending
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
Prev Post