‘ମୋଦୀ’ ସାଙ୍ଗିଆ ମାମଲାରେ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ପରେ ବେଲ ଦେଲେ ସୁରତ ଅଦାଲତ

ମୋଦିଙ୍କୁ କଟାକ୍ଷ କରିବା ରାହୁଲଙ୍କୁ ମହଙ୍ଗା ପଡିଛି । ସୁରତ କୋର୍ଟ ତାଙ୍କୁ ଦୋଷୀ କରିବା ସହ ଜେଲ ଦଣ୍ଡାଦେଶ ଦେଇଛନ୍ତି । ରାହୁଲ୍‌ଙ୍କ ନାଁରେ ‘ବିଜେପି’ ବିଧାୟକ ତଥା ପୂର୍ବତନ ଗୁଜରାଟ ମନ୍ତ୍ରୀ ପୂର୍ଣ୍ଣେଶ ମୋଦୀ ଅଭିଯୋଗ ଦାଏର କରିଥିଲେ। ଏହି ମନ୍ତବ୍ୟ ସମଗ୍ର ମୋଦୀ ସମ୍ପ୍ରଦାୟର ମାନହାନି କରିଛି ବୋଲି ଅଭିଯୋଗ ସେ କରିଥିଲେ ।  ୨୦୧୯ ଲୋକସଭା ନିର୍ବାଚନ ପୂର୍ବରୁ କର୍ଣ୍ଣାଟକର କୋଲାର୍‌ଠାରେ ଆୟୋଜିତ ରାଲିରେ ଉଦ୍‌ବୋଧନ ଦେବା ବେଳେ ରାହୁଲ୍‌ ଗାନ୍ଧୀ ‘ମୋଦୀ’ ସାଙ୍ଗିଆକୁ ବିଦ୍ରୂପ କରି ଏଭଳି ଅସମ୍ମାନଜନକ ମନ୍ତବ୍ୟ ଦେଇଥିଲେ।‘ସବୁ ଚୋର କାହିଁକି ମୋଦୀ ସାଙ୍ଗିଆ ବହନ କରିଛନ୍ତି’ ବୋଲି ୨୦୧୯ ଏପ୍ରିଲ୍‌ରେ ରାଜନୈତିକ ପ୍ରଚାର ଅଭିଯାନ ବେଳେ ରାହୁଲ୍‌ ଗାନ୍ଧୀ ଦେଇଥିବା ମନ୍ତବ୍ୟ ଉପରେ  ଚିଫ୍ ଜୁଡିସିଆଲ୍‌ ମାଜିଷ୍ଟ୍ରେଟ୍‌ ଏଚ୍. ଏଚ୍‌. ବର୍ମାଙ୍କ ଅଦାଲତ କଂଗ୍ରେସ ସାଂସଦ ରାହୁଲ୍‌ ଗାନ୍ଧୀଙ୍କୁ ୨ବର୍ଷ ଜେଲ୍‌ ଦଣ୍ଡାଦେଶ ଦେଇଛନ୍ତି। ‘ଆଇପିସି’ ଧାରା ୫୦୪ ଅନୁଯାୟୀ ରାହୁଲ୍‌ଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି।