ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆୟୋଜିତ ହେବାକୁ ଥିବା ରୋଜଗାର ମେଳାରେ ୫୧ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ । ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ) ଦ୍ୱାରା ସୂଚନା ଦିଆଯାଇଛି ଯେ, ଦିନ ୧ଟା ସମୟରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ନିଯୁକ୍ତି ପତ୍ର ବାଣ୍ଟିବେ । ଏହି ଅବସରରେ ସେ ଯୁବକଙ୍କୁ ଉଦ୍ବୋଧନ ମଧ୍ୟ ଦେବେ । ସମୁଦାୟ ୩୭ ସ୍ଥାନରେ ରୋଜଗାର ମେଳାର ଆୟୋଜନ କରାଯିବ ।ଦେଶର ବିଭିନ୍ନ ସରକାରୀ ବିଭାଗ, ଯେମିତିକି ରେଳ ମନ୍ତ୍ରାଳୟ, ଡାକ ବିଭାଗ, ଗୃହ ମନ୍ତ୍ରାଳୟ, ରାଜସ୍ୱ ବିଭାଗ, ଉଚ୍ଚଶିକ୍ଷା ବିଭାଗ, ସ୍ୱାସ୍ଥ୍ୟ ବିଭାଗ ଇତ୍ୟାଦିରେ ସାମିଲ୍ କରାଯିବ । ନିଯୁକ୍ତ କରାଯିବାକୁ ଥିବା ସରକାର କର୍ମଚାରୀଙ୍କୁ ପୋର୍ଟାଲ ମାଧ୍ୟମରେ ନିଜକୁ ପ୍ରଶିକ୍ଷିତ କରିବାକୁ ଅବସର ମିଳିବ । ଏଥିପାଇଁ ୭୫୦ରୁ ଅଧିକ ଇ-ଶିକ୍ଷା ପାଠ୍ୟକ୍ରମ ଉପଲବ୍ଧ ରହିଛି ।
Trending
- ବିହାର ରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ , ସନ୍ଧ୍ୟା ୫ ଟା ସୁଦ୍ଧା ରାଜ୍ୟରେ ୬୦.୧୩ ପ୍ରତିଶତ ଭୋଟର ମତଦାନ ରେକର୍ଡ
- ନବୀନଙ୍କ ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
Prev Post
Next Post