ଆଜି ଦ୍ଵିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ୧୨ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଲୋକସଭା ଆସନ ସହ ମଣିପୁର ବାହାର ଲୋକସଭା ନିର୍ବାଚନ ମଣ୍ଡଳୀର ଅବଶିଷ୍ଟ ଅଂଶରେ ନିର୍ବାଚନ ହେବ। ପ୍ରଥମ ପର୍ଯ୍ୟାୟରେ ମଣିପୁର ବାହାର ନିର୍ବାଚନ ମଣ୍ଡଳୀର ଏକ ଭାଗରେ ମତଦାନ ହେବ। ଏହି ଦ୍ୱିତୀୟ ପର୍ଯ୍ୟାୟରେ କେରଳର ୨୦ଟି, କର୍ଣ୍ଣାଟକର ୧୪ଟି, ରାଜସ୍ଥାନର ୧୩ଟି, ଉତ୍ତରପ୍ରଦେଶ ଓ ମହାରାଷ୍ଟ୍ରର ୮ଟି ଲେଖାଏଁ ଆସନ, ମଧ୍ୟପ୍ରଦେଶର ୭ଟି, ଆସାମ ଓ ବିହାରର ୫ଟି ଲେଖାଏଁ ଆସନ, ପଶ୍ଚିମବଙ୍ଗ ଓ ଛତିଶଗଡ଼ର ୩ଟି ଲେଖାଏଁ ଆସନ ଏବଂ ମଣିପୁର, ତ୍ରିପୁରା ଓ ଜମ୍ମୁ-କଶ୍ମୀରର ଗୋଟିଏ ଲେଖାଏଁ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟ ପାଇଁ ଏପ୍ରିଲ ୨୬ ତାରିଖରେ ମତଦାନ ହେବ। ଜମ୍ମୁ-କଶ୍ମୀର ବ୍ୟତୀତ ଏପ୍ରିଲ ୫ ତାରିଖରେ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ। ଜମ୍ମୁ-କଶ୍ମୀରରେ ଏପ୍ରିଲ ୬ ତାରିଖରେ ଏହି ଯାଞ୍ଚ ହେବ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post