ଆକସ୍ମିକ ବନ୍ୟାର ସିକ୍କିମର ତିସ୍ତା ନଦୀରେ ଆସିଥିବା ମୃତ୍ୟୁସଂଖ୍ୟା 56କୁ ବୃଦ୍ଧି ପାଇଛି । ହୋଇଥିବା ବନ୍ୟାରେ ପ୍ରାୟ ୪୧,୮୭୦ ଲୋକ ପ୍ରଭାବିତ ହୋଇଛନ୍ତି। ଏବେ ବି ୧୨୨ ନିଖୋଜ ଅଛନ୍ତି । ଏପର୍ଯ୍ୟନ୍ତ ୯ ସେନା ଯବାନଙ୍କ ସମେତ ୩୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବା ପାଇଁ ସର୍ଚ୍ଚ ଅପରେସନ ଜାରି ରହିଛି । ଏହାର ସୂଚନା ଅଧିକାରୀମାନେ ରବିବାର ଦେଇଛନ୍ତି ।ସିକ୍କିମ୍ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ ଅନୁଯାୟୀ, ବୁଧବାର ସକାଳେ ବାଦଲ ଫଟା ବର୍ଷା ଯୋଗୁଁ ସୃଷ୍ଟି ,ବର୍ତ୍ତମାନ ସୁଦ୍ଧା ରାଜ୍ୟର ବିଭିନ୍ନ ସ୍ଥାନରୁ ୨୫୬୩ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି। ଖାଲି ସେତିକି ନୁହେଁ ସିକିମର ଅଧିକାଂଶ ଅଞ୍ଚଳ ଅନ୍ୟ ରାଜ୍ୟରୁ ବିଚ୍ଛିନ୍ନ ହୋଇଛି। ୧୨୨ ଜଣ ନିଖୋଜ ବ୍ୟକ୍ତିଙ୍କୁ ଖୋଜିବା ଜାରି ରହିଛି ବୋଲି ଏସ୍ଏସଡିଏମ୍ଏ କହିଛି । ସିକିମର ପାକ୍ୟୋଙ୍ଗ ଜିଲ୍ଲାରେ ୭୮ ଜଣ, ଗ୍ୟାଙ୍ଗଟକ୍ ଜିଲ୍ଲାରେ ୨୩ ଜଣ, ମଙ୍ଗନରେ ୧୫ ଜଣ ଏବଂ ନାମଚିରେ ୬ ଜଣ ନିଖୋଜ ଅଛନ୍ତି। ସର୍ଚ୍ଚ ଅପରେସନରେ ସ୍ୱତନ୍ତ୍ର ରାଡାର, ଡ୍ରୋନ ଓ ସାମରିକ କୁକୁର ମୁତୟନ କରାଯାଇଛି ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post