ଉତ୍ତର କଶ୍ମୀରର ବାରମୁଳା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ସୂଚନାନୁସାରେ, ଆତଙ୍କବାଦୀ ଗୋଷ୍ଠୀର କାର୍ଯ୍ୟକଳାପ ବିଷୟରେ ଲାଇନ୍ ଅଫ୍ କଣ୍ଟ୍ରୋଲରେ ଇନପୁଟ୍ ରହିଥିଲା, ଯାହା ଉପରେ ଆଧାର କରି ସେନା ଏଲଓସି ନିକଟରେ ଅନେକ ସ୍ଥାନରେ ଅବରୋଧ କରିଥିଲେ।ସୀମାରେ ସନ୍ଦେହଜନକ କାର୍ଯ୍ୟକଳାପ ଦେଖି ସୁରକ୍ଷାବାହିନୀଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା।ଅଧିକାରୀ କହିଛନ୍ତି ଯେ ଗୋହଲାନ ଅଞ୍ଚଳରେ ଅନୁପ୍ରବେଶ ଉଦ୍ୟମ ବିଫଳ ହୋଇଛି। ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି।ଉରି ନିକଟରେ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଥିବା ନେଇ ସେନା ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଆତଙ୍କବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ଉପଲବ୍ଧ ହୋଇ ପାରିନାହିଁ। ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଚିହ୍ନଟ କରିବା କାର୍ଯ୍ୟ ଜାରି ରଖିଛନ୍ତି।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post