ଉତ୍ତର କଶ୍ମୀରର ବାରମୁଳା ଜିଲ୍ଲାର ଉରି ସେକ୍ଟରରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଷଡଯନ୍ତ୍ରକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ସୂଚନାନୁସାରେ, ଆତଙ୍କବାଦୀ ଗୋଷ୍ଠୀର କାର୍ଯ୍ୟକଳାପ ବିଷୟରେ ଲାଇନ୍ ଅଫ୍ କଣ୍ଟ୍ରୋଲରେ ଇନପୁଟ୍ ରହିଥିଲା, ଯାହା ଉପରେ ଆଧାର କରି ସେନା ଏଲଓସି ନିକଟରେ ଅନେକ ସ୍ଥାନରେ ଅବରୋଧ କରିଥିଲେ।ସୀମାରେ ସନ୍ଦେହଜନକ କାର୍ଯ୍ୟକଳାପ ଦେଖି ସୁରକ୍ଷାବାହିନୀଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ମାତ୍ର ଆତଙ୍କବାଦୀମାନେ ସୁରକ୍ଷାକର୍ମୀଙ୍କ ଉପରକୁ ପ୍ରଥମେ ଗୁଳିଚାଳନା କରିଥିଲେ। ଏହାର ଜବାବରେ ସୁରକ୍ଷା ବାହିନୀଙ୍କ ପକ୍ଷରୁ ପାଲଟା ଗୁଳି ଚାଳନା କରାଯାଇଥିଲା।ଅଧିକାରୀ କହିଛନ୍ତି ଯେ ଗୋହଲାନ ଅଞ୍ଚଳରେ ଅନୁପ୍ରବେଶ ଉଦ୍ୟମ ବିଫଳ ହୋଇଛି। ସୁରକ୍ଷା ବାହିନୀ ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ କରୁଛନ୍ତି।ଉରି ନିକଟରେ ଜଣେ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରାଯାଇଥିବା ନେଇ ସେନା ପକ୍ଷରୁ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ଆତଙ୍କବାଦୀଙ୍କ ସମ୍ପର୍କରେ କୌଣସି ସୂଚନା ଉପଲବ୍ଧ ହୋଇ ପାରିନାହିଁ। ସୁରକ୍ଷା ବାହିନୀ ଆତଙ୍କବାଦୀଙ୍କୁ ଚିହ୍ନଟ କରିବା କାର୍ଯ୍ୟ ଜାରି ରଖିଛନ୍ତି।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post