ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ । ଅଜିତ ପାୱାରଙ୍କ ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା PTI ସୂତ୍ରରୁ ସୂଚନା । ଅଜିତ ପାୱାରଙ୍କ ସମେତ ଅନେକଙ୍କ ମୃତ୍ୟୁ ହୋଇଥିବା PTI ସୂତ୍ରରୁ ସୂଚନା । ମୁମ୍ବାଇରୁ ବାରାମତୀ ଯିବାବେଳେ ୮ଟା ୪୫ ମିନିଟ୍ରେ ଦୁର୍ଘଟଣା ।
ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବାରାମତୀ ବିମାନବନ୍ଦରରେ ଅବତରଣ କରିବା ସମୟରେ ଏକ ଗୁରୁତର ଦୁର୍ଘଟଣାର ସମ୍ମୁଖୀନ ହୋଇଛି ଅଜିତ ପାୱାରଙ୍କ ବିମାନ। ଏହି ଗୁରୁତର ଦୁର୍ଘଟଣାରେ ଅଜିତ ପାୱାର ଗୁରୁତର ଆହତ ହୋଇଥିଲେ । ତେବେ ତାଙ୍କର ମତ୍ୟୁ ହୋଇଛି । ପାଓ୍ୱାରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ହୋଇଛି ।
ଅଜିତ ପାଓ୍ୱାର, ଦୁଇ ଜଣ ପିଏସ୍ଓ, ୨ ଜଣ କ୍ରିୟୁ ସଦସ୍ୟ ଥିଲେ। ସେମାନଙ୍କର ବି ମୃତ୍ୟୁ ହୋଇଛି । ସେପଟେ ଏହି ଘଟଣା ସମଗ୍ର ମହାରାଷ୍ଟ୍ରକୁ ଦୋହଲାଇ ଦେଇଛି । ରାଜନୈତିକ ମହଲରେ ଏକ ବିରାଟ ହଇଚଇ ସୃଷ୍ଟି କରିଛି।ପ୍ରାପ୍ତ ସୂଚନା ଅନୁଯାୟୀ, ଅଜିତ ପାୱାର ଆଜି ସକାଳେ ଏକ ସ୍ୱତନ୍ତ୍ର ବିମାନରେ ମୁମ୍ବାଇରୁ ବାରାମତୀ ଯାଉଥିଲେ ।
ଜିଲ୍ଲା ପରିଷଦ ନିର୍ବାଚନ ପାଇଁ ବାରାମତୀରେ ପ୍ରଚାର ସଭା ଆୟୋଜନ କରାଯାଇଥିଲା । କିନ୍ତୁ, ବାରାମତୀ ବିମାନବନ୍ଦରର ରନୱେରେ ବିମାନଟି ଅବତରଣ କରୁଥିବା ସମୟରେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା । ଯେଉଁଥିପାଇଁ ପାଇଲଟ୍ ହରାଇ ବସିଥିଲେ ନିୟନ୍ତ୍ରଣ । ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ, ବିମାନଟି ଦୁର୍ଘଟଣାଗ୍ରସ୍ତ ହେବା ପରେ ପ୍ରଚୁର ପରିମାଣରେ ଧୂଆଁ ବ୍ୟାପିଯାଇଥିଲା।