ଆମର ଲକ୍ଷ୍ୟ ଆତଙ୍କବାଦୀଙ୍କ ଅସ୍ତିତ୍ୱକୁ ମୂଳପୋଛ କରିବା

କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜମ୍ମୁ-କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା, କେନ୍ଦ୍ର ଗୃହ ସଚିବ, ଗୁଇନ୍ଦା ବ୍ୟୁରୋର ନିର୍ଦ୍ଦେଶକ, ଜମ୍ମୁ-କଶ୍ମୀରର ମୁଖ୍ୟ ଶାସନ ସଚିବ ଏବଂ ପୁଲିସ ମହାନିର୍ଦ୍ଦେଶକଙ୍କ ସମେତ ଗୃହ ମନ୍ତ୍ରଣାଳୟ ଏବଂ ଜମ୍ମୁ-କଶ୍ମୀର ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହ ମଧ୍ୟ ଗତକାଲି ଜମ୍ମୁ-କଶ୍ମୀରର ସୁରକ୍ଷା ସ୍ଥିତି ଉପରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ କରିଥିଲେ, ଯେଉଁଥିରେ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏବଂ କେନ୍ଦ୍ର ଗୃହ ସଚିବଙ୍କ ସମେତ ସେନା ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।