ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହାୟତା ଘୋଷଣା

ନୂଆଦିଲ୍ଲୀ: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ମୃତାହତଙ୍କ ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସହାୟତା ଘୋଷଣା କରିଛନ୍ତି। ସେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ୫୦ ହଜାର ଟଙ୍କା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ। ଏଣେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ।ତେଣେ ଦୁର୍ଘଟଣାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତାହତ ହେବା ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି। ମହାପ୍ରଭୁ ଶୋକସନ୍ତପ୍ତ ପରିବାରଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ।ଠିକ୍ ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ରାଶି ଘୋଷଣା ଘୋଷଣା କରିଛନ୍ତି। ଏହାଛଡ଼ା ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ପ୍ରଦାନ ଲାଗି ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।