ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ :ଦିଲ୍ଲୀ ସ୍ଥିତ ବାସଭବନରେ ୮୦ ବର୍ଷ ବୟସରେ ଗତକାଲି ଗୀତାଙ୍କ ପରଲୋକ ଘଟିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଅନ୍ତିମ ଦର୍ଶନ କରିଛନ୍ତି ।  ସ୍ବର୍ଗତା ଗୀତା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ କନ୍ୟା ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭଉଣୀ । ବଡ ଭଉଣୀ ଗୀତା ମେହେଟ୍ଟାଙ୍କ ଅନ୍ତିମ ଦର୍ଶନ ଓ ଶେଷକୃତ୍ୟରେ ସାମିଲ ହେବା ଲାଗି ଦିଲ୍ଲୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭଉଣୀ ଗୀତାଙ୍କ ଶେଷ ଦର୍ଶନ କରିଛନ୍ତି ।  ଗୀତା ଏକାଧାରରେ ଜଣେ ଲେଖିକା, ବୃତ୍ତଚିତ୍ର ନିର୍ମାତା, ସାମ୍ବାଦିକା ଥିଲେ । ୧୯୪୩ରେ ଜନ୍ମିତ ଗୀତା ଭାରତ ଓ ବ୍ରିଟେନରେ ଶିକ୍ଷା ଲାଭ କରିଥିଲେ । ସେ କେମ୍ବ୍ରିଜ ବିଶ୍ବବିଦ୍ୟାଳୟରେ ଉଚ୍ଚ ଶିକ୍ଷା ଲାଭ କରିଥିଲେ । ତାଙ୍କର କେତେକ ପ୍ରଖ୍ୟାତ ପୁସ୍ତକ ହେଉଛି- କର୍ମା କୋଲା, ସ୍ନେକ ଆଣ୍ଡ ଲ୍ୟାଡର୍ସ, ଏ ରିଭର ସୂତ୍ର, ଦ ଏଟରନାଲ ଗଣେଶ ଇତ୍ୟାଦି । ସାହିତ୍ୟ ଓ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଗତ ୨୦୧୯ ମସିହାରେ କେନ୍ଦ୍ର ସରକାର ତାଙ୍କ ପଦ୍ମଶ୍ରୀ ପୁରସ୍କାର ପ୍ରଦାନ କରିବାକୁ ଘୋଷଣା କରିଥିଲେ । କିନ୍ତୁ ତାହାକୁ ପ୍ରତ୍ୟାଖ୍ୟାନ କରି ଗୀତା ଚର୍ଚ୍ଚାକୁ ଆସିଥିଲେ  । ଗୀତାଙ୍କର ସ୍ବାମୀ ସୋନୀ ମେହେଟ୍ଟାଙ୍କର ଗତ ୨୦୧୯ରେ ପରଲୋକ ହୋଇଥିଲା ।