ଝାରଖଣ୍ଡରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଆଜି ବିଜେପି ଷ୍ଟାର ପ୍ରଚାର ତାଲିକା ଜାରି କରିଛି। ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଅମିତ ଶାହ, ଜେ.ପି ନଡ୍ଡା, ରାଜନାଥ ସିଂହ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନାଁ ସାମିଲ ଅଛି। ତାଲିକାରେ ବିଜେପି ନୀତୀନ ଗଡକରୀ ଓ ଶିବରାଜ ସିଂହ ଚୌହାନ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂହ ସୈନି, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଇ ପ୍ରମୁଖ ଅଛନ୍ତି। ଝାରଖଣ୍ଡର ୮୧ଟି ବିଧାନସଭା ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ହେବ। ପ୍ରଥମ ପର୍ଯ୍ୟାୟ ଭୋଟିଂ ନଭେମ୍ବର ୧୩ ଓ ଦ୍ବିତୀୟ ପର୍ଯ୍ୟାୟ ଭୋଟ ନଭେମ୍ବର ୨୦ରେ ହେବ। ନଭେମ୍ବର ୨୩ରେ ରେଜଲ୍ଟ ବାହାରିବ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ