ରାହୁଲଙ୍କ ଠେଲିଦେଲେ, ପ୍ରତାପ ଷଡ଼ଙ୍ଗୀଙ୍କ ମୁଣ୍ଡ ଫାଟିଲା
ରାହୁଲଙ୍କ ଠେଲିଦେଲେ, ପ୍ରତାପ ଷଡ଼ଙ୍ଗୀଙ୍କ ମୁଣ୍ଡ ଫାଟିଲା । ଏହାକୁ ନେଇ ରାଜନୀତି ଜୋର ଧରିଛି । ସଂସଦରେ ରାହୁଲ ଗାନ୍ଧୀ ଠେଲିଦେଇଥିବା ଅଭିଯୋଗ କରିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଗୃହମନ୍ତ୍ରୀ ଅମିତ ଶାହଙ୍କ ଡକ୍ଟର ବିଆର୍ ଆମ୍ବେଦକରଙ୍କ ସଂପର୍କିତ ବୟାନକୁ ନେଇ ଗୁରୁବାର ଦିନ ସଂସଦରେ ଉତ୍ତେଜନା ଦେଖାଦେଇଥିଲା। ଏହାରି ମଧ୍ୟରେ ବିଜେପି ସାଂସଦ ଦାବି କରିଛନ୍ତି ଯେ ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଜଣେ ସାଂସଦଙ୍କୁ ଠେଲିଦେଇଥିଲେ। ଫଳରେ ଉକ୍ତ ସାଂସଦ ଜଣକ ବାଲେଶ୍ବରର ବିଜେପି ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଦେହରେ ପିଟି ହୋଇଯିବାରୁ ତଳେ ପଡ଼ି ନନାଙ୍କ ମୁଣ୍ଡ ଫାଟି ରକ୍ତ ବାହାରିଛି।