ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବ
ଆସନ୍ତାକାଲି ଲଞ୍ଚ ହେବ ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୩
ଶ୍ରୀହରିକୋଟା: ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ ଭାରତୀୟ ବୈଜ୍ଞାନିକଙ୍କ ପାଇଁ ବଡ଼ ଚ୍ୟାଲେଂଜ । ଏଥର ଭାରତ ସଫଳ ହେବ ବୋଲି ଆଶା ରଖିଛନ୍ତି ଇସ୍ରୋ ବୈଜ୍ଞାନିକ । ଚନ୍ଦ୍ରୟାନ-୩ ଚନ୍ଦ୍ର ପୃଷ୍ଠରେ ରୋଭରର ପ୍ରଦିକ୍ଷଣ, ବିଭିନ୍ନ ବୈଜ୍ଞାନିକ ଗବେଷଣା ଆଦି କରିବ । ୨୦୦୮-୦୯ରେ ହୋଇଥିବା ଚନ୍ଦ୍ରୟାନ-୧ ମିଶନ ଆରମ୍ଭ ହୋଇଥିଲା। ମାତ୍ର ୨୦୧୯ ଅଗଷ୍ଟରେ ହୋଇଥିବା ଚନ୍ଦ୍ରୟାନ-୨ ବିଫଳ ହୋଇଥିଲା । ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରୟାନ-୩ ସଫ୍ଟ ଲ୍ୟାଣ୍ଡିଂ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ଇସ୍ରୋ ମୁଖ୍ୟ ଏସ. ସୋମନାଥ । ଚନ୍ଦ୍ର ପୃଷ୍ଠରେ ଚନ୍ଦ୍ରୟାନ-୩ ସୁରକ୍ଷିତ ଲ୍ୟାଣ୍ଡିଂ କଲେ ଏଭଳି କରିବାରେ ଆମେରିକା, ରୁଷ, ଚୀନ ପରେ ଚତୁର୍ଥ ଦେଶ ହେବ ଭାରତ ।
Movement of the launch vehicle to the launch pad. pic.twitter.com/Tu973C6IjC
— ISRO (@isro) July 7, 2023
🚀LVM3-M4/Chandrayaan-3🛰️ Mission:
Today, at Satish Dhawan Space Centre, Sriharikota, the encapsulated assembly containing Chandrayaan-3 is mated with LVM3. pic.twitter.com/4sUxxps5Ah
— ISRO (@isro) July 5, 2023
Chandrayaan-3 mission:
The ‘Launch Rehearsal’ simulating the entire launch preparation and process lasting 24 hours has been concluded.Mission brochure: https://t.co/cCnH05sPcW pic.twitter.com/oqV1TYux8V
— ISRO (@isro) July 11, 2023
ଆସନ୍ତାକାଲି ଲଞ୍ଚ ହେବ ବହୁ ପ୍ରତୀକ୍ଷିତ ଚନ୍ଦ୍ରୟାନ-୩ । ଏଥିପାଇଁ ଇସ୍ରୋ ପ୍ରସ୍ତୁତି ପର୍ବକୁ ଫାଇନାଲ ଟଚ୍ ଦେବାରେ ଲାଗି ପଡ଼ିଛି । ଏଥରକ ଚନ୍ଦ୍ର ପୃଷ୍ଠରେ ସଫଳ ଲ୍ୟାଣ୍ଡିଂକୁ ଫୋକସ କରାଯାଇଛି । ମାସକ ପରେ ଚନ୍ଦ୍ରୟାନ-୩ ତା’ର କକ୍ଷ ପଥରେ ଅବସ୍ଥାପିତ ହେବ । ଲ୍ୟାଣ୍ଡର ବିକ୍ରମ, ରୋଭର ପ୍ରଜ୍ଞା ଅଗଷ୍ଟ ୨୩ରେ ଚନ୍ଦ୍ରରେ ଚନ୍ଦ୍ରୟାନ-୩କୁ ଲ୍ୟାଣ୍ଡ କରିବେ । ଆନ୍ଧ୍ର ପ୍ରଦେଶର ଶ୍ରୀହରିକୋଟାସ୍ଥିତ ସତୀଶ ଧାଓ୍ବନ ସ୍ପେସ୍ ଷ୍ଟେସନ ଲଞ୍ଚ ପ୍ୟାଡରେ ଚନ୍ଦ୍ରାୟନ ପହଞ୍ଚି ଇତିମଧ୍ୟରେ ରିହର୍ସାଲ ଶେଷ ହୋଇଛି । LVM-3 ରକେଟ ଯୋଗେ ଚନ୍ଦ୍ରୟାନ-୩ ଉତକ୍ଷେପଣ କରାଯିବ ।