ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଲେ ଓଡିଶାର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ
ଦିଲ୍ଲୀର ନୂଆ ତଥା ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଗୁରୁବାର ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ଗଭର୍ନର ବିନୟ କୁମାର ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ଏହା ସହିତ, ଦିଲ୍ଲୀରେ ଦୀର୍ଘ ୨୭ ବର୍ଷ ପରେ ଭାଜପା ସରକାର ଗଠନ କରିଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତାଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂ ଦେଓ ଏବଂ ପ୍ରଭାତୀ ପରିଡ଼ା ଏବଂ ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଉପସ୍ଥିତ ରହିଛନ୍ତି। ଅନ୍ୟପକ୍ଷେ ଏହି ଫଟୋକୁ ସୋସିଆଲ ମିଡିଆରେ ସେୟାର କରିଛନ୍ତି ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।