ଝାଡ଼ଖଣ୍ଡରେ ନିର୍ବାଚନୀ ପ୍ରଚାର କରିବାକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଝାଡ଼ଖଣ୍ଡର ଦୁଇଟି ବିଧାନସଭା କ୍ଷେତ୍ର ଷଢ଼େଇକଳା ଖରସୁଆଁ ଓ ସିଂହଭୂମରେ ଆୟୋଜିତ ଦୁଇଟି ସଭାରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଲୋକଙ୍କ ଭୋଟ୍ ହାତେଇବା ସକାଶେ ମୁଖ୍ୟମନ୍ତ୍ରୀ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ। ଭାଜପାର ବହୁ ନେତା ଏବେ ଝାଡ଼ଖଣ୍ଡ ଯାଇ ଭାଜପା ପ୍ରାର୍ଥୀଙ୍କ ପାଇଁ ପ୍ରଚାର କାମରେ ଲାଗି ଯାଇଛନ୍ତି।