ନୂଆଦିଲ୍ଲୀ: ଦିଲ୍ଲୀ ସରକାରଙ୍କ ବିରୋଧରେ କେନ୍ଦ୍ର ସରକାର ଆଣିଥିବା ଅଧ୍ୟାଦେଶକୁ ନେଇ କଂଗ୍ରେସ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି । କେଜ୍ରିୱାଲଙ୍କ ଦାବିକୁ କଂଗ୍ରେସ ସମର୍ଥନ ଜଣାଇଛି । କଂଗ୍ରେସର ପୂର୍ବତନ ରାଷ୍ଟ୍ରୀୟ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ବାସଭବନରେ ଚାଲିଥିବା ବୈଠକରେ କେନ୍ଦ୍ରସରକାରଙ୍କ ନିଷ୍ପତ୍ତିକୁ ବିରୋଧ କରାଯିବ ବୋଲି କୁହାଯାଇଛି । ଆପ୍ ଅଭିଯୋଗ ଆଣିଥିଲା ଅସାମ୍ବିଧାନିକ ଅଧ୍ୟାଦେଶ ବଳରେ କେନ୍ଦ୍ର ସରକାର ଦିଲ୍ଲୀବାସୀଙ୍କ ଅଧିକାର ଛଡ଼େଇ ନେବାକୁ ଚେଷ୍ଟା କରୁଛନ୍ତି । ଏହାସହ ଅଧ୍ୟାଦେଶକୁ ବିରୋଧ କରିବା ନେଇ କଂଗ୍ରେସ ଏତେ ଡେରି କରୁଛି କାହିଁକି ବୋଲି ଆପ୍ ପ୍ରଶ୍ନ କରିଥିଲା । ରାଜ୍ୟସଭାରେ ଯଦି ବିରୋଧୀଦଳମାନେ କେଜ୍ରିୱାଲଙ୍କ ସମର୍ଥନ କରନ୍ତି ତେବେ ଅଧ୍ୟାଦେଶ ପାରିତ ହୋଇପାରିବ ନାହିଁ । ସଂସଦରେ ଅଧ୍ୟାଦେଶ ଆସିଲେ କଂଗ୍ରେସ ଆପ୍ ଓ ଅନ୍ୟ ବିରୋଧୀଦଳଙ୍କ ସହ ଅଧ୍ୟାଦେଶକୁ ବିରୋଧ କରିବେ ବୋଲି ଆଲୋଚନା ହେଉଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ