ISRO ର ନୂଆ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କଲେ ଡକ୍ଟର ଭି.ନାରାୟଣନ
ISRO ର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଶିଷ୍ଟ ବୈଜ୍ଞାନିକ ଭି.ନାରାୟଣନ୍ । ଗତକାଲି ଅପରାହ୍ନରେ ସେ ଇସ୍ରୋର ନୂଆ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ନେଇଛନ୍ତି । ଭି. ନାରାୟଣନ ଇସ୍ରୋର ମୁଖ୍ୟ ଭାବେ ଦୁଇ ବର୍ଷ ଧରି ଦାୟିତ୍ବରେ ରହିବେ ।
ଦେଶରେ କ୍ରାୟୋଜେନିକ ଇଞ୍ଜିନ ବିକାଶ କ୍ଷେତ୍ରରେ ତାଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଡକ୍ଟର ନାରାୟଣନଙ୍କର ଏକ ପ୍ରମୁଖ ସଫଳତା ହେଉଛି GSLV Mk III ଯାନର C25 କ୍ରିଏଜେନିକ୍ ପ୍ରୋଜେକ୍ଟ ପାଇଁ ପ୍ରୋଜେକ୍ଟ ନିର୍ଦ୍ଦେଶକ ଭାବରେ କାର୍ଯ୍ୟ କରିଛନ୍ତି । ଆଦିତ୍ୟ ମହାକାଶଯାନ, GSLV Mk-III ମିଶନ, ଚନ୍ଦ୍ରୟାନ-୨ ଏବଂ ଚନ୍ଦ୍ରାୟନ -3 ପାଇଁ ସେ ପ୍ରପୁଲସନ ସିଷ୍ଟମରେ ମଧ୍ୟ ସହଯୋଗ କରିଥିଲେ । କ୍ରାୟୋଜେନିକ ଇଞ୍ଜିନିୟରିଂରେ ଏମଟେକ ସହ ଆଇଆଇଟି ଖଡ଼ଗପୁରରୁ ଏରୋସ୍ପେଶ ଇଞ୍ଜିନିୟରିଂରେ ପିଏଚଡି କରିଛନ୍ତି ଭି. ନାରାୟଣନ । ୧୯୮୪ରେ ସେ ଇସ୍ରୋରେ ଯୋଗ ଦେଇଥିଲେ । ୨୦୧୮ରୁ ସେ ଲିକ୍ୟୁଇଡ ପ୍ରପଲ୍ୟୁସନ୍ ସିଷ୍ଟମ ସେଣ୍ଟରର ନିର୍ଦ୍ଦେଶକ ଅଛନ୍ତି ।