ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ରାଜ୍ୟର ୬ ଲୋକସଭା ଆସନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ଭୋଟ୍ ଗ୍ରହଣ ହେବ । ଏହା ଅଧୀନରେ ଥିବା ସମସ୍ତ ୪୨ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।ସବୁଠି ସକାଳ ୭ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ କରାଯିବ । ବିଜ୍ଞପ୍ତି ପ୍ରକାଶ ସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହେବ । ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ