ନୂଆଦିଲ୍ଲୀ: ହରିୟାଣା ଓ ଜମ୍ମୁ ଓ କଶ୍ମୀରରେ ହୋଇଥିବା ନିର୍ବାଚନର ଭୋଟ ଗଣତି ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଏଥିରେ ହରିୟାଣା କଂଗ୍ରେସ ଆଗରେ ରହିଛି। ଅପରପକ୍ଷରେ ଜମ୍ମୁ ଓ କଶ୍ମୀରରେ ବିଜେପି ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଚାଲିଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ସକାଳ ନଅଟା ଭିତରେ କଂଗ୍ରେସ ହରିୟାଣାରେ ପୋଷ୍ଟାଲ ବ୍ୟାଲେଟରେ ଅଧାରୁ ଅଧିକ ଆସନରେ ସଂଖ୍ୟା ଗରିଷ୍ଠତା ଟପିଥିବା ସୂଚନା ମିଳୁଛି । ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୫ ତାରିଖରେ ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହୋଇଥିଲା। ଅନ୍ୟପକ୍ଷେ ଜମ୍ମୁ କଶ୍ମୀରରେ ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫ ଏବଂ ଅକ୍ଟୋବର ୧ ତାରିଖରେ ତିନିଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହୋଇଥିଲା। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାପରେ ପ୍ରଥମ ଥର ପାଇଁ ସେଠାରେ ବିଧାନସଭା ନିର୍ବାଚନ ହୋଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ