ନୂଆଦିଲ୍ଲୀ: ହରିୟାଣା ଓ ଜମ୍ମୁ ଓ କଶ୍ମୀରରେ ହୋଇଥିବା ନିର୍ବାଚନର ଭୋଟ ଗଣତି ପ୍ରାରମ୍ଭିକ ଟ୍ରେଣ୍ଡ ସାମ୍ନାକୁ ଆସିଛି। ଏଥିରେ ହରିୟାଣା କଂଗ୍ରେସ ଆଗରେ ରହିଛି। ଅପରପକ୍ଷରେ ଜମ୍ମୁ ଓ କଶ୍ମୀରରେ ବିଜେପି ଓ ଇଣ୍ଡି ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଚାଲିଛି। ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିଲା। ସକାଳ ନଅଟା ଭିତରେ କଂଗ୍ରେସ ହରିୟାଣାରେ ପୋଷ୍ଟାଲ ବ୍ୟାଲେଟରେ ଅଧାରୁ ଅଧିକ ଆସନରେ ସଂଖ୍ୟା ଗରିଷ୍ଠତା ଟପିଥିବା ସୂଚନା ମିଳୁଛି । ଉଲ୍ଲେଖଯୋଗ୍ୟ ଯେ ଅକ୍ଟୋବର ୫ ତାରିଖରେ ହରିୟାଣାରେ ଗୋଟିଏ ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହୋଇଥିଲା। ଅନ୍ୟପକ୍ଷେ ଜମ୍ମୁ କଶ୍ମୀରରେ ସେପ୍ଟେମ୍ବର ୧୮, ସେପ୍ଟେମ୍ବର ୨୫ ଏବଂ ଅକ୍ଟୋବର ୧ ତାରିଖରେ ତିନିଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ ହୋଇଥିଲା। ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାପରେ ପ୍ରଥମ ଥର ପାଇଁ ସେଠାରେ ବିଧାନସଭା ନିର୍ବାଚନ ହୋଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ