ଆଉ କିଛି ସମୟ ପରେ ଦେଶରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପଡ଼ିବ ଭୋଟ୍। ପ୍ରଥମ ପର୍ଯ୍ୟାୟରେ ୧୭ ରାଜ୍ୟ ଓ ୪ କେନ୍ଦ୍ରଶାସିତ ଅଞ୍ଚଳର ମୋଟ୍ ୧୦୨ ସିଟ୍ ପାଇଁ ଭୋଟିଂ ହେବ। ତାମିଲନାଡ଼ୁର ସମସ୍ତ ୩୯ ସିଟ୍, ରାଜସ୍ଥାନର ୧୨, ଉତ୍ତର ପ୍ରଦେଶର ୮, ମଧ୍ୟପ୍ରଦେଶର ୬, ଆସାମ-ମହାରାଷ୍ଟ୍ର-ଉତ୍ତରାଖଣ୍ଡର ୫ଟି ଲେଖାଏଁ ସିଟରେ ଭୋଟିଂ ହେବ। ସେହିପରି ପୁଡ଼ୁଚେରୀ, ଲାକ୍ଷାଦୀପ, ଜମ୍ମୁକାଶ୍ମୀର, ଆଣ୍ଡାମାନ ଓ ନିକୋବର ଦ୍ୱୀପର ଗୋଟିଏ ଲେଖାଏଁ ସିଟରେ ବି ମତଦାନ କରିବେ ଜନ ସାଧାରଣ। ଏହାବାଦ ଛତିଶଗଡ଼ର ମାଓପ୍ରବଣ ବସ୍ତରରେ ବି ପ୍ରଥମ ପର୍ଯ୍ୟାୟରେ ଭୋଟ୍ ପଡ଼ିବ। ପ୍ରଥମ ପର୍ଯ୍ୟାୟ ବିଗ୍ ଫାଇଟରେ ଭାଗ୍ୟ ପରୀକ୍ଷା ଦେବେ ବିହାର ଜାମୁଇରୁ ଏଲଜେପି ମୁଖ୍ୟ ଚିରାଗ ପାଶୱାନ, ମଧ୍ୟପ୍ରଦେଶ ଛିନ୍ଦୱାଡାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥଙ୍କ ପୁଅ ନକୁଲ ନାଥ ଓ କୋଏମ୍ବାଟୁରରୁ ତାମିଲନାଡୁ ବିଜେପି ମୁଖ୍ୟ କେ. ଆନ୍ନାମଲାଇ। ପ୍ରଥମ ପର୍ଯ୍ୟାୟରେ ଚେନ୍ନାଇ ସାଉଥରୁ ତେଲେଙ୍ଗାନାର ପୂର୍ବତନ ରାଜ୍ୟପାଳ ଟି. ସୁନ୍ଦରରାଜନ, ଥୁଥୁକୁଡିରୁ କାନିମୋଇ ଏବଂ କୁଚବେହାରରୁ ନିଶିଥ ପରମାଣିକଙ୍କ ଭଳି ଅନେକ ହେଭିୱେଟଙ୍କ ଭାଗ୍ୟ ପରୀକ୍ଷା ହେବ। ଏନେଇ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି