ଗୁଜରାଟ ନିର୍ବାଚନ ନେଇ ତାରିଖ ଘୋଷଣା

ଡିସେମ୍ବର ୧ ଓ ୫ରେ ଗୁଜରାଟରେ ହେବ ବିଧାନସଭା ନିର୍ବାଚନ । ଗୁଜରାଟ ନିର୍ବାଚନ ନେଇ ତାରିଖ ଘୋଷଣା ହୋଇଛି । ମୁଖ୍ୟନିର୍ବାଚନ ଆୟୋଗ ରାଜୀବ କୁମାର ପ୍ରେସମିଟରେ ଏନେଇ ତାରିଖ ଘୋଷଣା କରିଛନ୍ତି । ୩୩ ଜିଲ୍ଲାରେ ଚଳିତ ନିର୍ବାଚନରେ ୪ କୋଟି ୯୦ ଲକ୍ଷ ଭୋଟର ରହିଛନ୍ତି । ମତଦାନକୁ ଆଖିରେ ରଖି ୫୧ ହଜାର ୭୮୨ କେନ୍ଦ୍ର କରାଯାଇଛି । ୧୪୨ଟି ମତଦାନ କେନ୍ଦ୍ର ମଧ୍ୟ କରାଯାଇଛି । ମହିଳାଙ୍କ ପାଇଁ ୧୨୭୪ ମତଦାନ କେନ୍ଦ୍ର କରାଯାଇଛି । ଚଳିତ ନିର୍ବାଚନରେ ୪ ଲକ୍ଷ ୬୦ ହଜାର ଯୁବ ଭୋଟରଙ୍କୁ ସାମିଲ କରାଯାଇଛି । ୨୦୨୩ ଫେବ୍ରୁଆରୀ ୧୮ରେ ଗୁଜରାଟ ବିଧାନସଭାର କାର୍ଯ୍ୟକାଳ ଶେଷ ହେଉଛି ।