ଆଜି ଶିଶୁଦିବସ

ଭୁବନେଶ୍ବର: ଆଜି ଶିଶୁଦିବସ । ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହରୁଙ୍କ ଜନ୍ମଦିନ । ଏହି ଅବସରରେ ଦେଶର ବିଭିନ୍ନ ସ୍କୁଲରେ ଶିଶୁ ଦିବସ ପାଳନ ହେଉଛି  । ଶିଶୁଙ୍କ ଅଧିକାର, ଶିକ୍ଷା ଓ ମଙ୍ଗଳ ପାଇଁ ଶିଶୁ ଦିବସ ପାଳନ କରାଯାଏ  । ଶିଶୁମାନଙ୍କୁ ପଣ୍ଡିତ ଜବାହରଲାଲ ନେହରୁ ବହୁତ ଶ୍ରଦ୍ଧା କରୁଥିଲେ  । ପିଲାମାନଙ୍କୁ ଈଶ୍ବରଙ୍କ ରୂପ ମନେକରୁଥିଲେ । ଶିଶୁମାନଙ୍କ ସହ ନେହେରୁ ସମୟ ଅତିବାହିତ କରିବାକୁ ଭଲ ପାଉଥିଲେ ।୧୯୬୪ ମସିହା ମଇ ୨୭ରେ ନେହରୁଙ୍କ ପରଲୋକ ହୋଇଥିଲା  । ସେହି ବର୍ଷଠାରୁ ତାଙ୍କର ଜନ୍ମଦିନକୁ ଶିଶୁଙ୍କ ପାଇଁ ଉତ୍ସର୍ଗ କରାଯାଇଥିଲା  । ଯାହାକି ପ୍ରତ୍ୟେକ ବର୍ଷ ନଭେମ୍ବର ୧୪ ତାରିଖକୁ ଶିଶୁଦିବସ ରୂପେ ପାଳନ କରାଯାଉଛି  । ଏଥିସହ ପଣ୍ଡିତ ଜବାହରଲାଲ ନେହରୁଙ୍କୁ ମଧ୍ୟ ନବଭାରତ ନିର୍ମାତା ବୋଲି କୁହାଯାଉଛି । ଜବାହାର ଲାଲ ନେହେରୁ ସମସ୍ତଙ୍କ ପ୍ରିୟ ଚାଚା ନେହେରୁ ନାମରେ ବେଶ୍ ପରିଚିତ ଥିଲେ  । ଦେଶ ନିର୍ମାଣରେ ଶିଶୁମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଶିଶୁଟିର ସରଳ ନିଷ୍ପାପ ହସ ଓ ଛନ୍ଦକପଟହୀନତାର ସମାହାର ତାକୁ ବାଟ କଢ଼ାଇନିଏ ଆଗକୁ ଆଗକୁ। ପରିବାର ଭିତରୁ ହିଁ ସେ ଜୀବନର ମଧୁରତା ସଂଗ୍ରହ କରିଥାଏ। ଏକ ଶାନ୍ତ, ସୁସଂପନ୍ନ, ସେହ୍ନସିକ୍ତ ପରିବାରରେ ବଢ଼ିଥିବା ଶିଶୁଟିଏ ଭବିଷ୍ୟତର ସୁନାଗରିକ ଓ ସୁସଂହତ ସମାଜ ସଂଗଠନରେ ମୁଖ୍ୟଭୂମିକା ଗ୍ରହଣ କରିଥାଏ। ଏହି କଥାକୁ ମର୍ମେ ମର୍ମେ ହୃଦୟଙ୍ଗମ କରିଥିଲେ ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ତଥା ବିଚକ୍ଷଣ ରାଷ୍ଟ୍ରନୀତିଜ୍ଞ ପଣ୍ଡିତ ଜବାହରଲାଲ ନେହରୁ। କୁନି କୁନି ପିଲାଙ୍କୁ ସେ ଅଜସ୍ର ସ୍ନେହ କରୁଥିଲେ ।