ରାଜ୍ୟସଭାରେ ଆଜି ଅଧ୍ୟକ୍ଷ ତଥା ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡ଼ଗେ ମୁହାଁମୁହିଁ ହୋଇଛନ୍ତି। ଧନଖଡ଼ କହିଥିଲେ ଯେ ସେ ଜଣେ କୃଷକଙ୍କ ପୁଅ। ବିରୋଧୀ ଦଳଙ୍କ ଅନାସ୍ଥା ପ୍ରସ୍ତାବରେ ସେ ଦବିଯିବେ ନାହିଁ। ବିରୋଧୀ ଦଳ ନିକଟରେ ଅନାସ୍ଥା ପ୍ରସ୍ତାବ ଆଣିବା ଅଧିକାର ରହିଛି। କିନ୍ତୁ ସେମାନେ ସମ୍ବିଧାନକୁ ଅପମାନିତ କରୁଛନ୍ତି ବୋଲି ଧନଖଡ଼ ଅଭିଯୋଗ କରିଛନ୍ତି। ଉଲ୍ଲେଖଯୋଗ୍ୟ ବିରୋଧୀ ରାଜ୍ୟସଭା ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ନୋଟିସ ଦେବା ପରେ ବିଜେପି ଏହାକୁ ସମାଲୋଚନା କରିଛି। ଅନ୍ୟପକ୍ଷରେ ଖଡ଼ଗେ କହିଛନ୍ତି ଆପଣ ଅନ୍ୟ ଦଳର ସଦସ୍ୟମାନଙ୍କ ବିରୋଧରେ କହିବା ପାଇଁ ବିଜେପି ସଦସ୍ୟମାନଙ୍କୁ ଉତ୍ସାହିତ କରୁଛନ୍ତି। ଆପଣଙ୍କ ଅପେକ୍ଷା ମୁଁ ଅଧିକ ଆହ୍ବାନର ସମ୍ମୁଖୀନ ହୋଇଛି। ଆପଣ ଆମ ଦଳର ନେତାମାନଙ୍କୁ ଏବଂ କଂଗ୍ରେସ ଦଳକୁ ଅପମାନିତ କରୁଛନ୍ତି। ଅଧ୍ୟକ୍ଷଙ୍କ ବିରୋଧରେ ବିରୋଧୀଦଳଗୁଡ଼ିକ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଆଣିବା ପାଇଁ ଦିଆଯାଇଥିବା ନୋଟିସ ପସଙ୍ଗକୁ ନେଇ ଉଭୟଙ୍କ ମଧ୍ୟରେ ପ୍ରବଳ କଥା କଟାକଟି ହୋଇଛି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ