ନିର୍ବାଚନ ପ୍ରଚାର ପାଇଁ ଜାମିନରେ ଜେଲ୍ରୁ ବାହାରକୁ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଜାମିନ ମିଆଦକୁ ଆଉ ସପ୍ତାହେ ବୃଦ୍ଧି କରିବାପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ଏହି ଆବେଦନର ସେ ଜରୁରୀ ଶୁଣାଣି କରିବାପାଇଁ ନିବେଦନ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କେଜ୍ରିୱାଲଙ୍କ ଆବେଦନର ଜରୁରୀ ଶୁଣାଣି କରିପାରିବେନି ବୋଲି ମନା କରିଦେଇଛନ୍ତି। ଅନ୍ୟପକ୍ଷେ କେଜ୍ରିୱାଲଙ୍କ ଆବେଦନ ଉପରେ ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ ନିଷ୍ପତ୍ତି ନେବେ ବୋଲି ଖଣ୍ଡପୀଠ କହିଛନ୍ତି। ଏହି ଆବେଦନକୁ ଲିଷ୍ଟିଂ କରିବାରେ ସିଜେଆଇ ହିଁ ସଠିକ୍ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, କେଜ୍ରିୱାଲ ଏକ ଆବେଦନ କରି କହିଥିଲେ ଯେ ନିର୍ବାଚନ ଫଳ ବାହାରିବାର ୫ ଦିନ ପରେ ତଥା ଜୁନ୍ ୯ ତାରିଖରେ ସେ ଜେଲ୍ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବେ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ