ନିର୍ବାଚନ ପ୍ରଚାର ପାଇଁ ଜାମିନରେ ଜେଲ୍ରୁ ବାହାରକୁ ଆସିଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ତାଙ୍କ ଜାମିନ ମିଆଦକୁ ଆଉ ସପ୍ତାହେ ବୃଦ୍ଧି କରିବାପାଇଁ ସୁପ୍ରିମକୋର୍ଟରେ ଏକ ଆବେଦନ କରିଥିଲେ। ଏହି ଆବେଦନର ସେ ଜରୁରୀ ଶୁଣାଣି କରିବାପାଇଁ ନିବେଦନ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟଙ୍କ ଅବକାଶକାଳୀନ ଖଣ୍ଡପୀଠ କେଜ୍ରିୱାଲଙ୍କ ଆବେଦନର ଜରୁରୀ ଶୁଣାଣି କରିପାରିବେନି ବୋଲି ମନା କରିଦେଇଛନ୍ତି। ଅନ୍ୟପକ୍ଷେ କେଜ୍ରିୱାଲଙ୍କ ଆବେଦନ ଉପରେ ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ ନିଷ୍ପତ୍ତି ନେବେ ବୋଲି ଖଣ୍ଡପୀଠ କହିଛନ୍ତି। ଏହି ଆବେଦନକୁ ଲିଷ୍ଟିଂ କରିବାରେ ସିଜେଆଇ ହିଁ ସଠିକ୍ ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, କେଜ୍ରିୱାଲ ଏକ ଆବେଦନ କରି କହିଥିଲେ ଯେ ନିର୍ବାଚନ ଫଳ ବାହାରିବାର ୫ ଦିନ ପରେ ତଥା ଜୁନ୍ ୯ ତାରିଖରେ ସେ ଜେଲ୍ କର୍ତ୍ତୃପକ୍ଷଙ୍କ ନିକଟରେ ଆତ୍ମସମର୍ପଣ କରିବେ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ