ନୂଆଦିଲ୍ଲୀ: ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ) ୨୦୨୪ ସଂସ୍କରଣକୁ ନେଇ ଆସିଛି ଏକ ବଡ଼ ଖବର । ଆସନ୍ତା ବର୍ଷ ଅନୁଷ୍ଠିତ ହେବାକୁ ଥିବା ଆଇପିଏଲ ସିଜିନକୁ ଶୀଘ୍ର କରାଇବା ନେଇ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଯୋଜନା କରୁଛି । ପରବର୍ତ୍ତୀ ଆଇପିଏଲ ଭାରତରେ ନୁହେଁ, ବରଂ ବିଦେଶରେ ଆୟୋଜନ ହେବାର ସମ୍ଭାବନା ରହିଛି । ଏହି ଖବରଟି ସମସ୍ତ କ୍ରୀଡ଼ାପ୍ରେମୀଙ୍କୁ ଦେଇଛି ଏକ ବଡ଼ ଝଟକା ।ଏକ ସୂତ୍ର ମୁତାବକ, ଚଳିତ ବର୍ଷ ଭାରତରେ ଦିନିକିଆ ବିଶ୍ୱକପ ଅନୁଷ୍ଠିତ ହେବ । ତେଣୁ ଏହା ଉପରେ ଏବେ ସମସ୍ତଙ୍କର ଧ୍ୟାନ ରହିଛି । ତେବେ ଆସନ୍ତା ବର୍ଷ ଦେଶରେ ଲୋକସଭା ନିର୍ବାଚନ ହେବାକୁ ଯାଉଛି । ତେବେ ଏହାକୁ ଦୃଷ୍ଟିରେ ରଖି ଭାରତରେ ନୁହେଁ ବରଂ ବିଦେଶରେ ଆଇପିଏଲ ଆୟୋଜନ ହୋଇପାରେ । ଏପରି ସ୍ଥିତିରେ ଆସନ୍ତା ବର୍ଷ ମାର୍ଚ୍ଚ- ମେ ମାସ ମଧ୍ୟରେ ଆଗୁଆ ଭାବେ ଆଇପିଏଲର ସଂସ୍କରଣ ଖେଳାଯାଇପାରେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ