ବହୁ ପ୍ରତିକ୍ଷା ପରେ ଆନ୍ତର୍ଜାତିକ ମ୍ୟାଚ୍ ଖେଳିବା ପାଇଁ ପଡ଼ିଆକୁ ଓହ୍ଲାଇବେ ଯଶପ୍ରୀତ ବୁମ୍ରା। ଖାଲି ଖେଳିବେନି, ଭାରତୀୟ ଦଳର ନେତୃତ୍ୱ ମଧ୍ୟ ନେବାକୁ ତାଙ୍କ ନାଁ ଆଗକୁ ଆସିଛି। ଅଗଷ୍ଟରେ ଆୟରଲାଣ୍ଡ ବିରୋଧରେ ଭାରତ ଖେଳିବାକୁ ଥିବା ଟି-୨୦ ସିରିଜ୍ରେ ସେ ପଡ଼ିଆକୁ ଓହ୍ଲାଇବେ। ଏହି ଭାରତୀୟ ଷ୍ଟାର୍ ଦୃତଗାମୀ ବୋଲର ସେପ୍ଟେମ୍ୱର ୨୦୨୨ ଠାରୁ କ୍ରିକେଟ ଠାରୁ ଦୂରରେ ରହିଛନ୍ତି। ତେବେ ଅଗଷ୍ଟ ୧୮ରେ ଡବଲିନ୍ରେ ହେବାକୁ ଥିବା ୩ ଟିକିଆ ଟି-୨୦ ସିରିଜ୍ରେ ସେ ଅଧିନାୟକ ହେବା ପାଇଁ ନାଁ ଦେଇଛନ୍ତି ସିନିୟର ଟିମ୍ ସିଲେକ୍ସନ କମିଟିର ନେତୃତ୍ୱ ନେଉଥିବା ଅଜିତ୍ ଅଗରକର।ଟି-୨୦ରେ ଅଧିନାୟକ ଭାର ବହନ କରୁଥିବା ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବିଶ୍ରାମ ଦିଆଯିବାକୁ ଥିବା ବେଳେ ଏସିଆନ୍ ଗେମ୍ ସ୍କାଡ୍ରୁ କିଛି ଖେଳାଳିଙ୍କୁ ଉକ୍ତ ମ୍ୟାଚ୍ ଖେଳିବାକୁ ଚୟନ କରାଯାଇଛି। ସେପ୍ଟେମ୍ୱରରୁ ଅକ୍ଟୋବର ଭିତରେ ଚାଇନାରେ ଖେଳ ହେବାକୁ ଥିବା ଏସିଆନ୍ ଗେମ୍ସର ଏହି ମେଗା ଇଭେଣ୍ଟ ପୂର୍ବରୁ କିଛି ଖେଳାଳିଙ୍କୁ ଭାରତୀୟ ଦଳରେ ସୁଯୋଗ ଦେଇ ପରୀକ୍ଷା କରାଇନେବା ଏହାର ଲକ୍ଷ୍ୟ ରହିଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ