ପଶ୍ଚିମବଙ୍ଗ ସରକାର ଉପରେ ବର୍ଷିଲେ ସୁପ୍ରିମକୋର୍ଟ

କୋଲକାତା ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ବର୍ଷିଲେ ସୁପ୍ରିମକୋର୍ଟ। ଘଟଣାରେ ବହୁ ବିଳମ୍ବରେ ଏଫ୍‌ଇଆର୍‌ ରୁଜୁ ହୋଇଥିବା ନେଇ ଉଠାଇଲେ ପ୍ରଶ୍ନ। ବର୍ତ୍ତମାନ ସୁଦ୍ଧା ଏହି ମାମଲାରେ କ’ଣ ସବୁ ପଦକ୍ଷେପ ଗ୍ରହଣ କରାଯାଇଛି। ତଦନ୍ତ କେତେ ଦୂର ପହଞ୍ଚିଛି ବୋଲି କୋର୍ଟ ସିବିଆଇ ପ୍ରଶ୍ନ କରିଛନ୍ତି। ଏଥିସହ ଗୁରୁବାର ସୁଦ୍ଧା ଷ୍ଟାଟସ୍‌ ରିପୋର୍ଟ ଦେବାକୁ ସିବିଆଇକୁ ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୨ ତାରିଖରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ। କୋଲକାତା ଆର୍‌ଜିକର ମେଡିକାଲ କଲେଜ ଓ ହସ୍ପିଟାଲରେ ଟ୍ରନି ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସିଜେଆଇଙ୍କ ଅଧ୍ୟକ୍ଷତାରେ ତିନି ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଛନ୍ତି। ଶୁଣାଣି ବେଳେ ଖଣ୍ଡପୀଠି ଏହି ମାମଲାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି