ଷ୍ଟାଲିନଙ୍କୁ ଭେଟିଲେ କେଜ୍ରିଓ୍ବାଲ

ଚେନ୍ନାଇ:  ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନଙ୍କୁ ଭେଟିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ। ଦିଲ୍ଲୀରେ କେନ୍ଦ୍ରର ଅଧ୍ୟାଦେଶକୁ ରାଜ୍ୟସଭାରେ ବିରୋଧ ପାଇଁ କେଜ୍ରିଓ୍ବାଲ ମାଗିଥିବା ସମର୍ଥନକୁ ଗ୍ରୀନ ସିଗନାଲ ଦେଇଛନ୍ତି ଷ୍ଟାଲିନ । ଏହି ସାକ୍ଷାତ କାର୍ଯ୍ୟକ୍ରମରେ ବି ଉପସ୍ଥିତ ଥିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ। କେନ୍ଦ୍ରର ଅସାମ୍ବିଧାନିକ ଓ ଗଣତନ୍ତ୍ର ବିରୋଧୀ ଅଧ୍ୟାଦେଶ ବିରୋଧରେ ସମର୍ଥନ ଦେବାକୁ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଦଳ ମୁଖ୍ୟଙ୍କୁ ଭେଟୁଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ।