ଆଜିଠୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହୋଇଛି । ମୈାସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧିବେଶନରେ ସମସ୍ତ ସାଂସଦ ଭାଗନେବାକୁ ଅନୁରୋଧ କରିଛନ୍ତି । ସବୁ ଦଳ ଏବଂ ସାଂସଦଙ୍କୁ ଏହି ଅଧିବେଶନରେ ଜନହିତକର କାର୍ଯ୍ୟରେ ସହଯୋଗ କରିବା ପାଇଁ ଆହ୍ବାନ ଦେଇଛନ୍ତି । ମଣିପୁର ହିଂସାକୁ ନେଇ ମଧ୍ୟ ପ୍ରଧାନମନ୍ତ୍ରୀ ହିଂସାକାରୀଙ୍କୁ ଛଡାଯିବ ନାହିଁ ବୋଲି କହିଛନ୍ତି । ଅଧିବେଶନ ପ୍ରାରମ୍ଭରେ ଦିବଂଗତ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି ।
#MonsoonSession of the Parliament begins. pic.twitter.com/C223QGBxQe
— ANI (@ANI) July 20, 2023
PM Narendra Modi says, "My heart is filled with pain and anger. The incident from Manipur that has come before us is shameful for any civilised society. I urge all the CMs to further strengthen law & order in their states – especially for the security of women and take the… pic.twitter.com/SKLTtpAjuo
— ANI (@ANI) July 20, 2023
#WATCH | Before the commencement of the Monsoon Session of Parliament, PM Narendra Modi says, "Today, when we are meeting in the holy month of Sawan in this temple of democracy…I am confident that all the MPs, together, will use this for the maximum welfare of people and carry… pic.twitter.com/t1nMM44WWm
— ANI (@ANI) July 20, 2023
ସେପଟେ ମୌସୁମୀ ଅଧିବେଶନରେ ସଂସଦରେ ଉଠିବ ଓଡ଼ିଶାର ଦାବି । ୯ଟି ପ୍ରସଙ୍ଗକୁ ଗୃହରେ ଉଠାଇବା ପାଇଁ ବିଜେଡି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ମହିଳା ସଂରକ୍ଷଣ ବିଲ୍, ସ୍ବତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦାବି ଏବଂ ପିଏମଜିକେଏଓ୍ବାଇରେ ୭ ଲକ୍ଷ ଲୋକଙ୍କ ପାଇଁ ଘର ଏବଂ ପିଏମଏଓ୍ବାଇରେ ୫ କେଜି ଚାଉଳ ପୁଣି ଦେବାକୁ ଦାବି ଉଠାଇବ ବିଜେଡି । ଚାଷୀଙ୍କ ସ୍ବାର୍ଥ ପାଇଁ ବଳକା ଚାଉଳ ଉଠାଣ, ଏମଏସପି ଏବଂ ଠିକ୍ ସମୟରେ ଫସଲ କିଣାବିକା ପ୍ରସଙ୍ଗ ସଂସଦରେ ଉଠାଇବ ବିଜେଡି । ଏଥିସହ ସାର ଯୋଗାଣ, ଯୋଗାଯୋଗ ଭିତ୍ତିଭୂମି, କେନ୍ଦୁପତ୍ରରୁ ୧୮ ପ୍ରତିଶତ ଜିଏସଟି ହଟାଇବା ନେଇ ଗୃହରେ ଦାବି ଉଠାଯିବ ବୋଲି ସେ କହିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଂସଦୀୟ ଦଳ ବୈଠକରେ ଏନେଇ ରଣନୀତି ଚୂଡାନ୍ତ ହୋଇଛି । ସଂସଦର ମୌସୁମୀ ଅଧିବେଶନରେ ରାଜ୍ୟ ସ୍ୱାର୍ଥ୍ୟ ସମ୍ପର୍କିତ ପ୍ରସଙ୍ଗଗୁଡିକୁ ବଳିଷ୍ଠ ଭାବେ ଉତ୍ଥାପନ କରିବାକୁ ସବୁ ସାଂସଦଙ୍କୁ ନବୀନ ଗୁରୁମନ୍ତ୍ର ଦେଇଛନ୍ତି । ଅଧିବେଶନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଝଡ଼ ସୃଷ୍ଟି ହେବା ନେଇ ଆଶଙ୍କା ରହିଛି । ଗୃହରେ ମଣିପୁର ପ୍ରସଙ୍ଗ ଆଲୋଚିତ ହେବ ବୋଲି ସରକାର କହିଥିବାବେଳେ ଏହି ପ୍ରସଙ୍ଗରେ ସରକାରଙ୍କୁ ବିରୋଧୀ ଘେରିବେ । ଏହା ସହ ଦରବୃଦ୍ଧି ଓ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଦୁରୂପଯୋଗ ପ୍ରସଙ୍ଗରେ ବି ବିରୋଧୀ ନାରାବାଜି କରିବା ସମ୍ଭାବନା ରହିଛି । ଚଳିତ ଅଧିବେଶନରେ ୩୨ଟି ବିଧେୟକ ଆଗତ ହେବ ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ।