କେନ୍ଦ୍ର ସୂଚନା ଓ ପ୍ରସାରଣ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ ମଙ୍ଗଳବାର ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସେ ଏହି ମର୍ମରେ ଏକ ଚିଠି ଲେଖି ନିଜ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ଶ୍ରୀ ମୁରୁଗାନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଉଲ୍ଲେଖ କରିଛନ୍ତି ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ନେତୃତ୍ୱରେ ମନ୍ତ୍ରିମଣ୍ଡଳରେ ସାମିଲ ହୋଇ ଭାରତ ମାତା ଓ ତାମିଲନାଡ଼ୁର ସେବା କରିବା ମୋ ଜୀବନର ସବୁଠୁ ମୂଲ୍ୟବାନ ମୁହୂର୍ତ୍ତ । ଜଣେ ଦିନ ମଜୁରିଆ ପୁଅକୁ ପ୍ରଧାନମନ୍ତ୍ରୀ ମୋଦିଜୀ କେନ୍ଦ୍ରମନ୍ତ୍ରୀ କରାଇବା ବୋଧୁହୁଏ ମୋର ପରମ ସୌଭାଗ୍ୟ ।’ ସେ ଆହୁରି ମଧ୍ୟ ଉଲ୍ଲେଖ କରିଛନ୍ତି ଯେ, ତାଙ୍କ ସମ୍ପୂର୍ଣ୍ଣ ସମୟ ଏବେ ତାମିଲନାଡ଼ୁ ବିଜେପିକୁ ସଶକ୍ତ କରିବାରେ ଦେବେ । ଆସନ୍ତା ୨୦୨୯ ଲୋକସଭା ନିର୍ବାଚନ ପୂର୍ବରୁ ତୃଣମୂଳ ସ୍ତରରେ ପହଂଚି ବିଜେପି ପାଇଁ କ୍ଷେତ୍ର ପ୍ରସ୍ତୁତ କରିବା ଏବେ ତାଙ୍କ ଗୁରୁ ଦାୟିତ୍ୱ ବୋଲି ଶ୍ରୀ ମୁରୁଗାନ ଉଲ୍ଲେଖ କରିଛନ୍ତି । ଶ୍ରୀ ମୁରୁଗାନ ୨୦୨୧ରେ ପ୍ରଥମ କରି ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ବେଳେ ୨୦୨୪ରେ ଦ୍ୱିତୀୟ ଥର ପାଇଁ ନିର୍ବାଚିତ ହୋଇଥିଲେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post