ନ୍ୟାସନାଲ ହେରାଲ୍ଡ ମାମଲାରେ ନୂଆ ଏଫଆଇର ରୁଜୁ କଲା ଦିଲ୍ଲୀ ପୁଲିସର ଅର୍ଥନୈତିକ ଅପରାଧ ଶାଖା । ରାହୁଲ, ସୋନିଆଙ୍କ ସହ ୬ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି ଦିଲ୍ଲୀ ପୁଲିସର ଇଓଡବ୍ଲ୍ୟୁ। ନ୍ୟାସନାଲ ହେରାଲ୍ଡ ମନି ଲଣ୍ଡରିଂ ମାମଲାରେ ଅପରାଧିକ ଷଡ଼ଯନ୍ତ୍ରର ଅଭିଯୋଗ ଲଗାଯାଇଛି । ୯୮୮ କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ଇଡିର ବୟାନ । ଇଡି କହିଛି, ଆସୋସିଏଟ୍ ଜର୍ଣ୍ଣାନ ଏଲଟିଡି(ଏଜେଲ) କମ୍ପାନୀକୁ ସଠିକ୍ ବଜାର ମୂଲ୍ୟ ନଦେଇ କମ୍ପାନୀକୁ ୟଙ୍ଗ୍ ଇଣ୍ଡିଆ କିଣିନେଇଥିଲା । ଆଉ ୟଙ୍ଗ୍ ଇଣ୍ଡିଆ କମ୍ପାନୀରେ ରାହୁଲ ଗାନ୍ଧୀ ଓ ସୋନିଆ ଗାନ୍ଧୀ ୭୬ ପ୍ରତିଶତ ସେୟାର ଥିଲା । ଏଜେଲ କମ୍ପାନୀର ବଜାର ମୂଲ୍ୟ ସେତେବେଳେ ୨ ହଜାର କୋଟି ଟଙ୍କା ଥିଲା । କିନ୍ତୁ ମାତ୍ର ଏକ କୋଟି ଟଙ୍କା ଦେଇ ଏଜେଲ କମ୍ପାନୀକୁ ବିକା ଯାଇଥିଲା ।
Trending
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ